ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ କଟକ ସହର ସଟ୍‌ ଡାଉନ୍‌ ରହିବ। ପୂର୍ବରୁ ଲକ୍‌ଡାଉନ୍‌ ପାଇଁ ଜାରି ହୋଇଥିବା ସମସ୍ତ ସ୍ବତନ୍ତ୍ର ପାସ ରଦ୍ଦ କରାଯିବ। ହେଲେ ଜରୁରୀ ସେବା ପାଇଁ ସ୍ବତନ୍ତ୍ର ସଟ୍‌ ଡାଉନ୍‌ ପାସ ଦିଆଯିବ। ୧୦୦ ନଂ ସହ ଯୋଗାଯୋଗ କରି ଲୋକେ ତାହା ପାଇପାରିବେ ବୋଲି ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି।

ରାଜ୍ୟରେ ୬ କରୋନା ପଜିଟିଭ୍‌ ମିଳିଛି। ୬ଟିରୁ ଭୁବନେଶ୍ୱରରେ ୪ଟି ଥିବା ବେଳେ ଭଦ୍ରକ ଓ କଟକରେ ଗୋଟିଏ ପଜିଟିଭ୍‌ ଚିହ୍ନଟ ହୋଇଛି। ପଞ୍ଚମ ସଂକ୍ରମିତ ଆକ୍ରାନ୍ତ ହେବା କାରଣ ଜଣା ନ ପଡ଼ିବାକୁ ନେଇ ଉପରୋକ୍ତ ୩ ସହର ୪୮ ଘଣ୍ଟା ସଟ୍‌ଡାଉନ୍‌ ରହିବ। ଏହି ସମୟରେ ଲକ୍‌ଡାଉନ୍‌ ପାସ୍‌ ଦେଖାଇ ବୁଲି ପାରିବେ ନାହିଁ। ଜରୁରୀକାଳିନ ସେବା ପାଇଁ ସଟ୍‌ଡାଉନ୍‌ ପାସ୍‌ ଇସ୍ୟୁ କରାଯିବ। ସଟ୍‌ ଡାଉନ୍‌ ସମୟରେ କେହି ଘର ବାହାରେ ବୁଲିଲେ ପୋଲିସ୍‌ ଉଠାଇ ନେବ। ସେମାନଙ୍କୁ ଉଠାଇ ନେଇ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ମାମଲା ରୁଜୁ କରାଯିବା ସହ ଜରିମାନା ମଧ୍ୟ ଆଦାୟ କରାଯିବ। ଅପରପକ୍ଷେ ପୂର୍ବଭଳି ମାଲବାହୀ ଟ୍ରକ ଚଳାଚଳ ଉପରେ କୌଣସି ପ୍ରତିବନ୍ଧକ ନାହିଁ। ଲୋକମାନଙ୍କୁ ଭୟଭୀତ ନ ହେବା ପାଇଁ ପୋଲିସ ଡିଜି ଅଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri