ସଡକ ଦୁର୍ଘଟଣା ଆହତଙ୍କୁ ଚିକିତ୍ସା: ବେସରକାରୀ ହସ୍ପିଟାଲ ଖର୍ଚ୍ଚ ବହନ କରିବେ ସରକାର;  ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର

ଭୁବନେଶ୍ୱର,୭ା୯(ବ୍ୟୁରୋ)-ରାସ୍ତା ସୁରକ୍ଷା ସମଗ୍ର ବିଶ୍ୱରେ ଚିନ୍ତାର ବିଷୟ ହୋଇଛି। ଦୁର୍ଘଟଣା ଜନୀତ ମୃତ୍ୟୁହାର କମାଇବା ପାଇଁ ତୁରନ୍ତ ଡାକ୍ତରୀ ଚିକିତ୍ସା ଅପରିହାର୍ଯ୍ୟ ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଘଟଣାରେ ବ୍ୟକ୍ତିମାନଙ୍କର ଜରୁରୀ ଚିକିତ୍ସା ପାଇଁ ଅନେକଗୁଡିଏ ପଦକ୍ଷେପ ହାତକୁ ନେଇଛନ୍ତି। ସଡକ ଦୁର୍ଘଟଣାରେ ଆହତ ହେଉଥିବା ବ୍ୟକ୍ତିଙ୍କୁ ସରକାରୀ ସହ ବେସରକାରୀ ଡାକ୍ତରଖାନାରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।
ଦୁର୍ଘଟଣାରେ ଆହତ ବ୍ୟକ୍ତି ପାଇଁ ପ୍ରଥମ ୪୮ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ଚିକିତ୍ସା ନ ପାଇଲେ ଆହତ ବ୍ୟକ୍ତିଙ୍କର ମୃତ୍ୟୁର ସମ୍ଭାବନା ଅଧିକ ଥାଏ। ସମସ୍ତ ସରକାରୀ ଡାକ୍ତରଖାନାରେ ବିନା ମୂଲ୍ୟରେ ଆହତଙ୍କୁ ଚିକିତ୍ସା ଉବଲବ୍ଧ କରାଯାଉଛି। ଏଣିକି ବେସରକାରୀ ଡାକ୍ତରଖାନାରେ ମାଗଣାରେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିର ଚିକିତ୍ସା କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଚିକିତ୍ସା ଖର୍ଚ୍ଚ ସରକାର ‘ଓଡିଶା ସଡକ ସୁରକ୍ଷା ପାଣ୍ଠି’ରୁ ଭରଣା କରିବେ। ପ୍ରଥମେ କଟକ ଓ ଭୁବନେଶ୍ୱରରେ ଏହି ସୁବିଧା ଉପଲବ୍ଧ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ଆଦି ବଡ ସହରକୁ ଏଥିରେ ସାମଲି କରାଯିବ। ଆହତଙ୍କୁ ଚିକିତ୍ସା ପାଇଁ ବଡ ବଡ ଘରୋଇ ହସ୍ପିଟାଲକୁ ସାମିଲ କରାଯାଇଛି। ଏହି ଚିକିତ୍ସା ଖର୍ଚ୍ଚ ବହନ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ୪ କୋଟି ଟଙ୍କା ସଡକ ସୁରକ୍ଷା ପାଣ୍ଠିରୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କେତେକ କାର୍ଯ୍ୟ ଖସଡା ପ୍ରସ୍ତୁତ କରାଯାଇଛି। ଆହତ ବ୍ୟକ୍ତିଙ୍କୁ ନିକଟସ୍ତ ଘରୋଇ ହସ୍ପିଟାଲରେ ପହଞ୍ଚିବା ପରେ ଅତିଶୀଘ୍ର ଚିକିତ୍ସା ଆରମ୍ଭ କରି ଡିଏମଇଟିଙ୍କୁ ଜଣାଇବେ। ଚିକିତ୍ସା ଚାଲୁ ରଖିବାକୁ ଡିଏମଇଡି ହସ୍ପିଟାଲକୁ ଅନୁମତି ଦେବେ। ୪୮ ଘଣ୍ଟା ପରେ ଡାକ୍ତରଖାନା କର୍ତ୍ତୃପକ୍ଷ ଉପଯୁକ୍ତ ଚିକିତ୍ସା ପ୍ରମାଣ ସହ ଖର୍ଚ୍ଚ ପାଇଁ ଡିଏମଇଟିଙ୍କୁ ଜଣାଇବେ। ଡିଏମଇଟି ଉପଯୁକ୍ତ ନିରୀକ୍ଷା ପରେ ଏକ ସପ୍ତାହ ମଧ୍ୟରେ ଚିକିତ୍ସା ବାବଦ ଖର୍ଚ୍ଚ ପ୍ରଦାନ କରିବେ। ପରିବହନ ବିଭାଗ ଦ୍ୱାରା ପ୍ରଦାନ କରାଯାଇଥିବା ପାଣ୍ଠି ଭାରତୀୟ ଷ୍ଟେଟ ବ୍ୟାଙ୍କରେ ମୁକ୍ତ ଚିକିତ୍ସା ଟ୍ରମା ପାଣ୍ଠି ନାମରେ ଜମା ରହିବ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣେ ନୋଡାଲ ଅଫିସର ଓ ପ୍ରୋଗ୍ରାମ ସହାୟକ ଉପରୋକ୍ତ ସ୍କିମ ଦାୟିତ୍ୱରେ ରହିବେ। ସେମାନଙ୍କୁ ଟେଲିଫୋନ ନମ୍ବର ୯୪୩୯୯୯୧୧୭୦ ଏବଂ ୯୪୩୭୨୩୨୯୮୭ ଏବଂ ଇ-ମେଲ ଆଇଡି fttdmet@gmail.com ଜରିଆରେ ଯୋଗାଯୋଗ କରିବାକୁ ପରିବହନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri