ସଡକ ଦୁର୍ଘଟଣା ଆହତଙ୍କୁ ଚିକିତ୍ସା: ବେସରକାରୀ ହସ୍ପିଟାଲ ଖର୍ଚ୍ଚ ବହନ କରିବେ ସରକାର;  ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର

ଭୁବନେଶ୍ୱର,୭ା୯(ବ୍ୟୁରୋ)-ରାସ୍ତା ସୁରକ୍ଷା ସମଗ୍ର ବିଶ୍ୱରେ ଚିନ୍ତାର ବିଷୟ ହୋଇଛି। ଦୁର୍ଘଟଣା ଜନୀତ ମୃତ୍ୟୁହାର କମାଇବା ପାଇଁ ତୁରନ୍ତ ଡାକ୍ତରୀ ଚିକିତ୍ସା ଅପରିହାର୍ଯ୍ୟ ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଘଟଣାରେ ବ୍ୟକ୍ତିମାନଙ୍କର ଜରୁରୀ ଚିକିତ୍ସା ପାଇଁ ଅନେକଗୁଡିଏ ପଦକ୍ଷେପ ହାତକୁ ନେଇଛନ୍ତି। ସଡକ ଦୁର୍ଘଟଣାରେ ଆହତ ହେଉଥିବା ବ୍ୟକ୍ତିଙ୍କୁ ସରକାରୀ ସହ ବେସରକାରୀ ଡାକ୍ତରଖାନାରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।
ଦୁର୍ଘଟଣାରେ ଆହତ ବ୍ୟକ୍ତି ପାଇଁ ପ୍ରଥମ ୪୮ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ଚିକିତ୍ସା ନ ପାଇଲେ ଆହତ ବ୍ୟକ୍ତିଙ୍କର ମୃତ୍ୟୁର ସମ୍ଭାବନା ଅଧିକ ଥାଏ। ସମସ୍ତ ସରକାରୀ ଡାକ୍ତରଖାନାରେ ବିନା ମୂଲ୍ୟରେ ଆହତଙ୍କୁ ଚିକିତ୍ସା ଉବଲବ୍ଧ କରାଯାଉଛି। ଏଣିକି ବେସରକାରୀ ଡାକ୍ତରଖାନାରେ ମାଗଣାରେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିର ଚିକିତ୍ସା କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଚିକିତ୍ସା ଖର୍ଚ୍ଚ ସରକାର ‘ଓଡିଶା ସଡକ ସୁରକ୍ଷା ପାଣ୍ଠି’ରୁ ଭରଣା କରିବେ। ପ୍ରଥମେ କଟକ ଓ ଭୁବନେଶ୍ୱରରେ ଏହି ସୁବିଧା ଉପଲବ୍ଧ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ଆଦି ବଡ ସହରକୁ ଏଥିରେ ସାମଲି କରାଯିବ। ଆହତଙ୍କୁ ଚିକିତ୍ସା ପାଇଁ ବଡ ବଡ ଘରୋଇ ହସ୍ପିଟାଲକୁ ସାମିଲ କରାଯାଇଛି। ଏହି ଚିକିତ୍ସା ଖର୍ଚ୍ଚ ବହନ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ୪ କୋଟି ଟଙ୍କା ସଡକ ସୁରକ୍ଷା ପାଣ୍ଠିରୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କେତେକ କାର୍ଯ୍ୟ ଖସଡା ପ୍ରସ୍ତୁତ କରାଯାଇଛି। ଆହତ ବ୍ୟକ୍ତିଙ୍କୁ ନିକଟସ୍ତ ଘରୋଇ ହସ୍ପିଟାଲରେ ପହଞ୍ଚିବା ପରେ ଅତିଶୀଘ୍ର ଚିକିତ୍ସା ଆରମ୍ଭ କରି ଡିଏମଇଟିଙ୍କୁ ଜଣାଇବେ। ଚିକିତ୍ସା ଚାଲୁ ରଖିବାକୁ ଡିଏମଇଡି ହସ୍ପିଟାଲକୁ ଅନୁମତି ଦେବେ। ୪୮ ଘଣ୍ଟା ପରେ ଡାକ୍ତରଖାନା କର୍ତ୍ତୃପକ୍ଷ ଉପଯୁକ୍ତ ଚିକିତ୍ସା ପ୍ରମାଣ ସହ ଖର୍ଚ୍ଚ ପାଇଁ ଡିଏମଇଟିଙ୍କୁ ଜଣାଇବେ। ଡିଏମଇଟି ଉପଯୁକ୍ତ ନିରୀକ୍ଷା ପରେ ଏକ ସପ୍ତାହ ମଧ୍ୟରେ ଚିକିତ୍ସା ବାବଦ ଖର୍ଚ୍ଚ ପ୍ରଦାନ କରିବେ। ପରିବହନ ବିଭାଗ ଦ୍ୱାରା ପ୍ରଦାନ କରାଯାଇଥିବା ପାଣ୍ଠି ଭାରତୀୟ ଷ୍ଟେଟ ବ୍ୟାଙ୍କରେ ମୁକ୍ତ ଚିକିତ୍ସା ଟ୍ରମା ପାଣ୍ଠି ନାମରେ ଜମା ରହିବ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣେ ନୋଡାଲ ଅଫିସର ଓ ପ୍ରୋଗ୍ରାମ ସହାୟକ ଉପରୋକ୍ତ ସ୍କିମ ଦାୟିତ୍ୱରେ ରହିବେ। ସେମାନଙ୍କୁ ଟେଲିଫୋନ ନମ୍ବର ୯୪୩୯୯୯୧୧୭୦ ଏବଂ ୯୪୩୭୨୩୨୯୮୭ ଏବଂ ଇ-ମେଲ ଆଇଡି fttdmet@gmail.com ଜରିଆରେ ଯୋଗାଯୋଗ କରିବାକୁ ପରିବହନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri