ସଡକ ସୁରକ୍ଷା ନିୟମ ମାନିଲେ ଦୁର୍ଘଟଣା ହ୍ରାସ ପାଇବ

ସୋନପୁର,୧୮।୧୦(ନି.ପ୍ର.) ସଡକ ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନହାନି ହେଉଛି। ଏଭଳି ମୃତ୍ୟୁ ସଂଖ୍ୟା ଦେଶରେ ଦିନକୁ ଦିନ ବଢୁଛି । ପ୍ରାକୃତିକ ବିପର୍ଯ୍ୟୟ ଓ ଆତଙ୍କବାଦୀ ଆକ୍ରମଣରେ ଯେତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେଉଛି ସଡକ ଦୁର୍ଘଟଣାରେ ତାଠୁ ଢେର ଗୁଣା ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ଏହା ସାରା ବିଶ୍ୱ ପାଇଁ ଚିନ୍ତାଜନକ ବିଷୟ। ତେବେ ଏହାର ପ୍ରତିକାର ଆମ ହାତରେ ଅଛି। ସମସ୍ତେ ସଡକ ସୁରକ୍ଷା ନିୟମ ମାନି ଚଳିଲେ ଦୁର୍ଘଟଣା ଯଥେଷ୍ଟ ହ୍ରାସ ପାଇବ ବୋଲି ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତିଙ୍କ ପାଇଁ ବିଶ୍ୱ ସ୍ମୃତି ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ଏହି ମତବ୍ୟକ୍ତ କରିଛନ୍ତି। ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷ ଓ ଜିଲା ସଡକ ସୁରକ୍ଷା କମିଟି ପକ୍ଷରୁ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ଆହୁରି କହିଲେ ଯେ ମଦ୍ୟପାନ କରି ଓ ମୋବାଇଲ ବ୍ୟବହାର କରି ଗାଡି ଚଳାଇବା ଦ୍ୱାରା ଦୁର୍ଘଟଣା ବୃଦ୍ଧି ପାଉଛି । ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଅନ୍ୟତମ ସମ୍ମାନିତ ଅତିଥିଭାବେ ଯୋଗଦେଇ ବିଭିନ୍ନ କାରଣ ଯୋଗୁଁ ସଡକ ଦୁର୍ଘଟଣା ବୃଦ୍ଧି ପାଉଥିବା କହିଥିଲେ । ହେଲମେଟ୍‌ ବ୍ୟବହାର ନ କରିବା, ଦୃତ ଗତିରେ ଗାଡି ଚଳାଇବା, ରାସ୍ତାରେ ସାଇନ ଏଜ୍‌ ଓ ବ୍ଲାକ୍‌ ସ୍ପଟ୍‌ ଚିହ୍ନଟ ନ ହେବା ମୁଖ୍ୟ କାରଣ ବୋଲି ଦର୍ଶାଇଥିଲେ । ଆଞ୍ଚଳିକ ପରିବହନ ଅଧିକାରୀ ରବିନ ପଟ୍ଟନାୟକ କହିଥିଲେ ଲୋକଙ୍କ ମଧ୍ୟରେ ସଚେତନତା ପାଇଁ ପ୍ରତିବର୍ଷ ନଭେମ୍ବର ମାସ ତୃତୀୟ ରବିବାର ଏହି ଦିବସ ପାଳନ କରାଯାଉଛି। ଜିଲାରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ଏଥିପାଇଁ ଗତ ୪ମାସ ମଧ୍ୟରେ ଦୁର୍ଘଟଣା ହ୍ରାସ ପାଇଛି। ଆଗାମୀ ଦିନରେ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସଡକ ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରାଯିବ ବୋଲି ପଟ୍ଟନାୟକ କହିଥିଲେ । ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନ୍ଥୋନି ତିର୍କୀ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଦିଲ୍ଳିପ କୁମାର ପଣ୍ଡା, ଜିଲା ଶିକ୍ଷା ଅଧିକାରୀ ପୁଷ୍ପା ମିଞ୍ଜ, ସୋନପୁର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡା, ବୀରମହାରାଜପୁର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଧୀରଜ ଚୋପଦାର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ଥିବା ସୋନପୁର ସହର ନୂଆପଡାର ରାଜକୁମାର ମେହେର ଓ ଜୟଶଙ୍କର ମେହେରଙ୍କୁ ଏହି ଅବସରରେ ୨ ହଜାର ଟଙ୍କାର ଚେକ୍‌ ଓ ମାନପତ୍ର ଜିଲାପାଳ ପ୍ରଦାନ କରିଥିଲେ। ସରକାରଙ୍କ ଗୁଡ୍‌ ସମରିଟାନ ପଲିସି ଆସିବା ପରେ ଜିଲାରେ ପ୍ରଥମ ଥର ପାଇଁ ସଡକ ଦୁର୍ଘଟଣାରେ ଆହତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ୨ ଯୁବକ ସମ୍ମାନିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri