ସଡ଼କ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ

ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଅଧ୍ୟକ୍ଷ ରାୟଗଡାରୁ ଗୁଣୁପୁର ଫେରୁଥିବା ସମୟରେ ତାଣ୍ଡିକଣା ଛକ ପର୍ଯ୍ୟନ୍ତ ନିଜ ଇନୋଭାରେ ଯାଉଥିଲେ। ଏହାପରେ ଉକ୍ତ ଛକରୁ ନିଜ ବାଇକରେ ରାମନାଗୁଡା ଅଭିମୁଖେ ଯାଉଥିବାବେଳେ ହଠାତ୍‌ ନିଜର ଭାରସାମ୍ୟ ହରାଇ ଗାଡିରୁ ତଳେ ପଡି ତାଙ୍କର ମୃତ୍ୟୁ ଘଟିଛି l ଏହାପରେ ପ୍ରଥମେ ତାଙ୍କୁ ରାମନାଗୁଡା ଓ ପରେ ଶ୍ରୀକାକୁଲମ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି l ପୁରୁଷୋତ୍ତମ ଗମାଙ୍ଗ ମୃତ୍ୟୁରେ ରାୟଗଡାରେ ଶୋକର ଛାୟା ଖେଳି ଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri