Posted inଜାତୀୟ

ସଡ଼କ ଦୁର୍ଘଟଣାରେ ମୃତ ପ୍ରବାସୀ ଶ୍ରମିକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ଯୋଗୀ ଆଦିତ୍ୟନାଥ

ଔରୟା,୧୬।୫: ଉତ୍ତରପ୍ରଦେଶର ଔରୟାଠାରେ ଶନିବାର ଟ୍ରକ୍‌ ଯୋଗେ ନିଜ ରାଜ୍ୟକୁ ଫେରୁଥିବା କେତେଜଣ ପ୍ରବାସୀ ଶ୍ରମିକଙ୍କୁ ଆଉ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ୨୪ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୃତ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଏହାବ୍ୟତୀତ ଆହତଙ୍କୁ ମଧ୍ୟ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଦିଆଯିବ ବୋଲି ଯୋଗୀ ଘୋଷଣା କରଛନ୍ତି। ତୁରନ୍ତ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେବା ସହ ଯୋଗୀ ସରକାର ୨ ଅଧିକାରୀଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ ଡାଉନ ଚାଲିଥିବା ଫଳରେ ଏବେ ଅଧିକାଂଶ କଳକାରଖାନାକୁ ବନ୍ଦ କରି ଦିଆଯାଇଛି। ଏହି ସମୟରେ ନିଜ ନିଜ ରାଜ୍ୟଛାଡି ବାହାରେ କାମ କରୁଥିବା ପ୍ରବାସୀ ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ପାଖରେ ଖାଦ୍ୟ ଅବା ଅର୍ଥ ନ ଥିବାରୁ ଏମାନେ ହଜାର ହଜାର କିଲୋମିଟର ଚାଲି ଚାଲି ଯାଉଥିବା ଦେଖାଯାଇଛି। ଏହି ଘଟଣାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ଭାଜପା ଅଧ୍ୟକ୍ଷ ଆଦି ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri