ସଡ଼କ ଦୁର୍ଘଟଣାରେ ଯୁବ ଚିତ୍ରଶିଳ୍ପୀଙ୍କ ମୃତ୍ୟୁ: ପ୍ରତିବାଦରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ/ରେମୁଣା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର-ରେମୁଣା ରାସ୍ତାର ଗୋଲେଇ ଛକସ୍ଥିତ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶନିବାର ଅପରାହ୍ନ ସମୟରେ ଏକ ସଡକ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଯୁବ ଚିତ୍ରଶିଳ୍ପୀ ଦେବେନ୍ଦ୍ର ଖଟୁଆ (୪୨)ଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ରାସ୍ତା ଉପରେ ବେଆଇନ ଗାଡି ପାର୍କିଂ ବନ୍ଦ କରିବା, ହମ୍ପସ ନିର୍ମାଣ, ବିଭିନ୍ନ ଛକରେ ଟ୍ରାଫିକ ପୋଷ୍ଟ ନିର୍ମାଣ, ସହର ଭିତରେ ଦିନବେଳା ଭାରିଯାନ ଚଳାଚଳ ବନ୍ଦ କରିବା ଭଳି ଦାବି ନେଇ ବାଲେଶ୍ୱର-ରେମୁଣା ରାସ୍ତା ଅବରୋଧ କରିଥିଲେ। ଡିଏସ୍‌ପି ଉମେଶ ପଣ୍ଡା, ଶିଳ୍ପାଞ୍ଚଳ ଥାନାଧିକାରୀ ଜୟନ୍ତ ବେହେରା, ସହଦେବଖୁଣ୍ଟା ଥାନାଧିକାରୀ ପରେଶ ରାଉତ, ସଦର ଥାନାଧିକାରିଣୀ ମମତା ସାହୁ ଉପସ୍ଥିତ ରହି ଲୋକଙ୍କୁ ବୁଝାଶୁଝା କରି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।
ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ମିନିଟ୍‌ରେ ଚିତ୍ରଶିଳ୍ପୀ ଦେବେନ୍ଦ୍ର ସହଦେବଖୁଣ୍ଟାରୁ ରେମୁଣା ଗୋଲେଇକୁ ନିଜର ସ୍କୁଟି (ନଂ. ଓଡ଼ି୦୧କ୍ୟୁ-୯୨୪୪) ଯୋଗେ ଯାଉଥିବା ବେଳେ ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ଏକ ଘରୋଇ ବସ୍‌ (ନଂ. ଓଡ଼ି୦୧ଆର୍‌-୩୯୯୯) ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ସେ ସ୍କୁଟିରୁ ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡ ଉପରେ ବସ୍‌ର ପଛଚକ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ଶିଳ୍ପାଞ୍ଚଳ ଥାନାରେ ଏକ ମାମଲା (ନଂ. ୧୪୬/୧୯) ରୁଜୁ କରାଯାଇ ବସ୍‌ର ଡ୍ରାଇଭରଙ୍କୁ ଗିରଫ କରାଯାଇଥିବା ଶିଳ୍ପାଞ୍ଚଳ ଥାନାଧିକାରୀ ଜୟନ୍ତ ବେହେରା ସୂଚନା ଦେଇଛନ୍ତି। ତାଙ୍କର ମୃତଦେହକୁ ଜିଲା ମୁଖ୍ୟଚିକିତ୍ସାଳୟକୁ ଅଣାଯିବା ପରେ ଡାକ୍ତରଖାନା ପରିସର ଲୋକାରଣ୍ୟ ହୋଇପଡିଥିଲା। ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ରାଜନେତା, ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ସମାଜସେବୀ, ଚିତ୍ରଶିଳ୍ପୀ, ସାହିତି୍ୟକ, କବି ଓ ଲେଖକ ତଥା ବିଭିନ୍ନ ବର୍ଗର ଲୋକମାନେ ତାଙ୍କର ଶେଷଦର୍ଶନ କରିଥିଲେ। ଦେବେନ୍ଦ୍ରଙ୍କ ୨ ପୁଅ ଓ ସ୍ତ୍ରୀ ବାଙ୍ଗାଲୋରରେ ଥିବା ବେଳେ ଏପରି ଦୁଃଖଦ ଘଟଣା ଘଟିଛି। ତାଙ୍କ ମୃତ୍ୟୁରେ ସହରରେ ଶୋକର ଛାୟା ଖେଳିଯାଇଛି।
ଚିତ୍ରଶିଳ୍ପୀ ଦେବେନ୍ଦ୍ର ଲଳିତ କଳା ଏକାଡ଼େମୀ ତରଫରୁ ୨ଥର ରାଜ୍ୟ ସରକାରଙ୍କଠାରୁ ସମ୍ମାନିତ ହୋଇଛନ୍ତି। ସେ ଏକ ସରକାରୀ ବିଦ୍ୟାଳୟରେ ଚୁକ୍ତିଭିିତ୍ତିକ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ମଡ଼ର୍ନ ପବ୍ଲିକ ସ୍କୁଲରେ ଶିକ୍ଷକତା କରୁଥିଲେ। ତାଙ୍କର ନିଖୁଣ ଚିତ୍ରକଳା ଅନ୍ୟମାନଙ୍କୁ ଆକର୍ଷିତ କରୁଥିଲା। ସେ ବାଲେଶ୍ୱର ବାହାରେ ବହୁ ଛାତ୍ରୀଛାତ୍ରଙ୍କୁ ଚିତ୍ରକଳା ଶିକ୍ଷାଦାନ ଦେଇଛନ୍ତି। ଜଣେ ଯୁବ ସଙ୍ଗଠକ ଭାବରେ ମଧ୍ୟ ବହୁ ଅନୁଷ୍ଠାନ ସହ ଜଡ଼ିତ ରହିବା ସହ ଜଣେ ମେଳାପୀ, ମିଷ୍ଟଭାଷୀ, ପରୋପକାରୀ, ସମାଜସେବୀ ଭାବରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କର ଅକାଳ ବିୟୋଗ ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri