ସଡ଼କ ଦୁର୍ଘଟଣାରେ ୨ମୃତ: ଆହତଙ୍କୁ ବଞ୍ଚାଇବାକୁ ଯାଇ ଯୁବକଙ୍କ ପ୍ରାଣ ଗଲା

ଧର୍ମଶାଳା/ଜେନାପୁର,୧୪ା୧୨(ଡି.ଏନ୍‌.ଏ.): ମୃତ୍ୟୁ ଏମିତି ବି ଆସେ। ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଯୁବକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିବା ଆଉ ଜଣେ ଯୁବକ ଏକ ଟ୍ରକ୍‌ ଧକ୍କାରେ ମୃତ୍ୟୁବରଣ କରିଛନ୍ତି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ବାଘୁଆ ଛକଠାରେ ଶୁକ୍ରବାର ଅପରାହ୍ନରେ ଏଭଳି ଘଟଣା ଘଟିଛି। ଏହି ଘଟଣାରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକମାନେ ରାଜପଥକୁ ଅବରୋଧ କରିଥିଲେ। ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ଯାତାୟାତ ସ୍ବାଭାବିକ କରିଥିଲେ। ପ୍ରକାଶ ଯେ, ଶୁକ୍ରବାର ଅପରାହ୍ନରେ ସୁକିନ୍ଦା ଅଞ୍ଚଳର ଚନ୍ଦ୍ରଶେଖର ଦ୍ୱିବେଦୀ(୪୨) ବାଇକ ଯୋଗେ ଚଣ୍ଡିଖୋଲ ଦେଇ ଘରକୁ ଫେରୁଥିବା ବେଳେ ବାଘୁଆ ଛକ ନିକଟରେ ଏକ ଟ୍ରକ୍‌ ତାଙ୍କୁ ପଛରୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ସେ ମୁମୂର୍ଷୁ ଅବସ୍ଥାରେ ବାଇକ ଉପରେ ପଡ଼ି ଛଟପଟ ହେଉଥିବାବେଳେ ସେହି ରାସ୍ତା ଦେଇ କବାଟବନ୍ଧ ଅଞ୍ଚଳର ଅଜୟ ବେହେରା(୪୬) ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ମୁମୂର୍ଷୁ ଅବସ୍ଥାରେ ପଡ଼ିଥିବା ଯୁବକଙ୍କୁ ଦେଖି ସେ ବାଇକରୁ ଓହ୍ଲାଇ ରାସ୍ତା କଡ଼ରେ ଛିଡାହୋଇ ଆମ୍ବୁଲାନ୍ସକୁ ଫୋନ କରୁଥିବାବେଳେ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ (ନଂ.ଓଆର ୦୯-ଜି-୭୫୧୯) ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଅଜୟଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପୋଲିସ ଜବତ କରିଛି। ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଚନ୍ଦ୍ରଶେଖରଙ୍କୁ ଗୁରୁତର ଅବସ୍ଥାରେ ଡୁବୁରୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ ନିଆଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଏ ନେଇ ୨ଟି ମାମଲା ରୁଜୁ କରି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ଦାନଗଦୀ ଓ ବଡ଼ଚଣା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri