ସଡ଼କ ସୁରକ୍ଷା ନେଇ ସଚତନତା କାର୍ଯ୍ୟକ୍ରମ: ଗାଡ଼ିଚାଳକଙ୍କୁ ଗୋଲାପ ଫୁଲ ଦେଇ ସଚେତନ କଲେ ଛାତ୍ରୀଛାତ୍ର

ନୂଆପଡା ଅଫିସ,୨ା୧୦ – ରାଜ୍ୟରେ ଏବେ ସଡକ ସୁରକ୍ଷା ଏବଂ ପରିବହନ ନିୟମ ଉପରେ ବିଭିନ୍ନ ବିକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ନ୍ୟାଶନାଲ କଲେଜ ଛାତ୍ରୀଛାତ୍ରମାନେ ଗୋଟିଏ ପାଦ ଆଗକୁ ଆସି ନିୟମ ମାନି ଚଳୁଥିବା ଗାଡିଚାଳକମାନଙ୍କୁ ଗୋଲାପ ଫୁଲ ବାଣ୍ଟି ଚମକାଇ ଦେଇଛନ୍ତି । ଏହା ଗାଡି ଚାଳକମାନଙ୍କ ମଧ୍ୟରେ ଉତ୍ସାହ ଭରିଦେଇଛି ।
ମଙ୍ଗଳବାର ପୂର୍ବାହ୍ନରେ ସ୍ଥାନୀୟ ନ୍ୟାଶନାଲ କଲେଜରେ ନ୍ୟାଶନାଲ ହାଇସ୍କୁଲର ଏନଏସଏସ ବିଭାଗ, ଜିଲା ପୋଲିସ ଏବଂ ପରିବହନ ବିଭାଗର ମିଳିତ ଆନୁକୂଲ୍ୟରେ ସଡକ ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବିନୀତ କୁମାର ଅଗ୍ରୱାଲ ସଭାପତିତ୍ୱ କରିଥିବାବେଳେ ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ପରିଡା, ପ୍ରାଧ୍ୟାପକ କିଶୋର କୁମାର ବାରିକ, ସୁରେନ୍ଦ୍ର ମୋହନ ବାଗ, ଡ. ଗଜେନ୍ଦ୍ର ପ୍ରସାଦ ନାୟକ, ନୃସିଂହ ଚରଣ ସାହୁ, ଈଶ୍ୱର ପଟେଲ, ପ୍ରେମ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ସରକାରଙ୍କ ପରିବହନ ଅଧିନିୟମର ବିଭିନ୍ନ ଦିଗ ଉପରେ ଅତିଥମାନେ ବୁଝାଇବାବେଳେ ଏହାର ଅନୁପାଳନ କରିବା ସହ ସଚେତନତା ଆଣିବାକୁ ଛାତ୍ରୀଛାତ୍ରମାନଙ୍କୁ ଆହ୍ବାନ ଦେଇଥିଲେ । ଏହି ଅବସରରେ ଛାତ୍ରୀଛାତ୍ର, ପୋଲିସ କର୍ମଚାରୀମାନଙ୍କ ଏକ ରାଲି ବାହାରି ସହରର ଏକତା ଛକ ପର୍ଯ୍ୟନ୍ତ ଯାଇଥିଲା । ସେଠାରେ ଛାତ୍ରୀଛାତ୍ରମାନେ ବିଭିନ୍ନ ଗାଡିଚାଳକମାନଙ୍କୁ ଅଟକାଇ ସଚେତନତା କରିଥିଲେ । କାର୍ଯ୍ୟକ୍ରମକୁ ନୂଆପଡା ଥାନାଧିକାରୀ ଆଦିତ୍ୟ କୁମାର ମହାକୁଡ, ଏସଡିପିଓ ପ୍ରଶାନ୍ତ କୁମାର ପଟ୍ଟନାୟକ, ପ୍ରକାଶ କୁମାର ସାହୁ ପ୍ରମୁଖ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri