Posted inରାଜ୍ୟ

ସଡ଼କ ସୁରକ୍ଷା ବୈଠକ: ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ନୋଟିସ

ଯାଜପୁର ଅଫିସ,୨୨ା୬: ଯାଜପୁର ଜିଲା ସଡକ ସୁରକ୍ଷା ସମ୍ପର୍କିତ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏଆଇ) ଓ ପୌର ପ୍ରଶାସନର ତଥ୍ୟ ପ୍ରଦାନରେ ଅବହେଳା ଯୋଗୁ ସଡ଼କ ସୁରକ୍ଷା ଆକ୍ସନ ପ୍ଲାନ ପ୍ରସ୍ତୁତିରେ ବିଳମ୍ବ ହେଉଥିବାରୁ ବିରକ୍ତି ପ୍ରକାଶ କରିଛନ୍ତି ଜିଲାପାଳ ରଞ୍ଜନ କୁମାର ଦାସ। ଏଥିସହ ଉଭୟ ଏନ୍‌ଏଚ୍‌ଏଆଇ ଓ ପୌରପ୍ରଶାସନକୁ ନୋଟିସ୍‌ ଜାରି କରିଛନ୍ତି। ଜିଲାପାଳ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହେଲ୍‌ମେଟ ଚେକିଂକୁ ଗୁରୁତ୍ୱ ଦିଆଯାଇଛି। ପୂର୍ବରୁ ହେଲମେଟ୍‌ ଚେକିଂ ସମୟରେ ହେଲମେଟ ପିନ୍ଧି ନ ଥିବା ବାଇକ ଚାଳକଙ୍କୁ ୧୦୦ ଟଙ୍କା ଜରିମାନା କରାଯାଉଥିବା ବେଳେ ବର୍ତ୍ତମାନ ତାହା ୫୦୦ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ଜିଲାପାଳ କହିଥିଲେ ା ଯୁଗ୍ମ ଧରପଗଡ କରାଯାଇ ସଡ଼କ ସୁରକ୍ଷା ନିୟମକୁ ଊଲ୍ଲଂଘନ କରୁଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାସ୍ତା ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ସ୍ଥାନରେ ଚେକିଂ, ଦ୍ରୁତ ଗାଡିକୁ ନିୟନ୍ତ୍ରଣ ପାଇଁ ରୋଡ ବ୍ୟାରିୟର, ସପ୍ତାହରେ ଗୋଟିଏ ଦିନ ଜିରୋ ଟଲେରାନ୍ସ ଦିବସ ମାଧ୍ୟମରେ ସଚେତନତା ସୃଷ୍ଟି ଉଦ୍ୟମ, ସ୍କୁଲ ବସ୍‌ ଗୁଡିକୁ ଅନୁଧ୍ୟାନ ଓ ଆବଶ୍ୟକ ସ୍ଥଳେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ଗୁରୁତ୍ୱ ଦେଇଥିଲେ। ବିଭିନ୍ନ ସତର୍କତାମୂଳକ ଫଳକ ବ୍ୟବହାର, ପାର୍କିଂ ସ୍ଥାନ ଚିହ୍ନଟ ଓ ଫଳକ ପ୍ରଦର୍ଶନ, ଅବାଞ୍ଛିତ ହମ୍ପସ୍‌ ଗୁଡିକୁ ଅପସାରଣ ଇତ୍ୟାଦିକୁ ମଧ୍ୟ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମୀନା, ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଚଣ୍ଡିଖୋଲ ଆରଟିଓ ଲାଲ୍‌ ମୋହନ ସେଠ, ଯାଜପୁର ଭାରପ୍ରାପ୍ତ ଆରଟିଓ, ବ୍ଳ୍‌କ ଶିକ୍ଷା ଅଧିକାରୀ ସ୍ମୃତିରେଖା ନାୟକ, ଏଡିଏମଓ ରୁଦ୍ର ପ୍ରତାପ କର, ସଦସ୍ୟ ପଦ୍ମନାଭ ଜେନା, ଅଶୋକ ପୁହାଣ, ଅନ୍ୟାନ୍ୟ ସଡକ ସୁରକ୍ଷା କମିଟିର ସଦସ୍ୟମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri