ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ

ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାସ୍ତାରେ ଯାନବାହନ ଚଳାଇବା ବେଳେ ସଡ଼କ ସୁରକ୍ଷା ନିୟମ ପାଳନ କଲେ ଦୁର୍ଘଟଣା ହ୍ରାସ ପାଇବ ବୋଲି ପ୍ରକାଶ କରିଥିଲେ। ସେହିଭଳି ଖାଲି ପ୍ରଶାସନ ସଚେତନ କଲେ ହେବ ନାହିଁ ନିଜେ ସଚେତନ ହୋଇ ସଡ଼କ ସୁରକ୍ଷା ନିୟମକୁ ପାଳନ କରିବା ଦରକାର ବୋଲି ଅତିରିକ୍ତ ଜିଲାପାଳ ରାୟ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଏସ୍‌ପି ଶଶିଭୂଷଣ ଶତପଥୀ, ନୟାଗଡ଼ ତହସିଲଦାର ଭିକାରୀ ସାହୁ ଯୋଗଦେଇ ସଡ଼କ ସୁରକ୍ଷା ବିଷୟରେ ବକ୍ତବ୍ୟ ରଖିଥିଲେ। ଗାଡ଼ି ଚଳାଇବା ବେଳେ ମୋବାଇଲ ଫୋନ ବ୍ୟବହାର ନ କରିବା, କାର ଚଳାଇବା ବେଳେ ସିଟ ବେଲଟ୍‌ ବାନ୍ଧିବା ଏବଂ ବାଇକ୍‌ ଚଳାଇବା ବେଳେ ହେଲ୍‌ମେଟ୍‌ ବ୍ୟବହାର କରିବା ପାଇଁ ଅତିଥିମାନେ ଚାଳକମାନଙ୍କୁ ଅନୁରୋଧ କରିଥିଲେ। ଏହି ଅବସରରେ ଦୁର୍ଘଟଣା ସମୟରେ ସହାୟତା କରିଥିବା ଗଣିଆ ବ୍ଳକର ବାମନ ଚରଣ ବାରିକ, ରାଜକିଶୋର ଡାଙ୍ଗୁଆଙ୍କ ସମେତ ଜିଲାର ୫ ଜଣ ବ୍ୟକ୍ତିଙ୍କୁ ଗୁଡ୍‌ ସାମାରିଟାନ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା। ସେହିଭଳି ସଡ଼କ ସୁରକ୍ଷା ବିଷୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସକାଳେ ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟଠାରୁ ଏକ ଶୋଭାଯାତ୍ରା ବାହାରି ସଡ଼କ ସୁରକ୍ଷା ସଚେତନତା ବିଷୟରେ ଲୋକମାନଙ୍କୁ ସଚେତନ କରାଇଥିଲେ। ଶୋଭାଯାତ୍ରାରେ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଏନସିସି ଛାତ୍ରୀଛାତ୍ର, ବଜେନ୍ଦ୍ର ଉଚ୍ଚବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ବୁଦ୍ଧିଜୀବୀମାନେ ଯୋଗଦେଇଥିଲେ। ଆଞ୍ଚଳିକ ପରିବହନ ବିଭାଗ କାର୍ଯ୍ୟାଳୟର ବରିଷ୍ଠ କିରାଣି ନିହାର ରଞ୍ଜନ ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri