ସତୀଗୁଡା ଜଳଭଣ୍ଡାରରେ କମିଛି ପକ୍ଷୀ ସଂଖ୍ୟା:୨୦୧୯ରେ ଥିଲା ୨୧୧୭,ଚଳିତବର୍ଷ ୧୫୮୮

ମାଲକାନଗିରି,୪।୧ (ଡି.ଏନ୍‌.ଏ.)-
ମାଲକାନଗିରି ବନଖଣ୍ଡ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଶୁକ୍ରବାର ସତୀଗୁଡା ଜଲଭଣ୍ଡାରରେ ପକ୍ଷୀଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ପକ୍ଷୀସଂଖ୍ୟା କମିଥିବା ଆକଳନରୁ ଜଣାପଡିଛି। ୨୦୧୯ରେ ସତୀଗୁଡା ଜଳଭଣ୍ଡାରରେ ୨୧୧୭ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୫୮୮ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ଚିହ୍ନଟ କରାଯାଇଛି। ଚଳିତବର୍ଷ ବିଦେଶୀ ପକ୍ଷୀଙ୍କ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। କେଉଁ କାରଣରୁ ପକ୍ଷୀଙ୍କ ସଂଖ୍ୟା ହ୍ରାସ ପାଉଛି ସେ ସମ୍ପର୍କରେ ବନ ବିଭାଗ ସମୀକ୍ଷା କରୁଛି ବୋଲି ସହକାରୀ ବନ ସଂରକ୍ଷକ ଶ୍ରୀକାନ୍ତ ନାୟକ କହିଛନ୍ତି। ନାୟକଙ୍କ ନେତୃତ୍ୱରେ ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକ, ବନପାଳ ମୋହନ ଗୁଡିଆ, ରାଜେଶ କୁମାର ସେଠୀ, ହୃଷୀକେଶ ପାଣିଗ୍ରାହୀ, ଦୀପ୍ତିରଞ୍ଜନ ନାୟକ, ଅର୍ଜୁନ ବଟେ, ଗୋବିନ୍ଦ ମାଲି, ବାଳକୃଷ୍ଣ ମାଢି, ଅଭି ସୋଡି, ପି. ସନ୍ତୋଷ କୁମାର ପ୍ରମୁଖ ତାଲିମପ୍ରାପ୍ତ କର୍ମଚାରୀମାନେ ସତୀଗୁଡା ଜଳଭଣ୍ଡାରରେ ୪ଟି ଦଳରେ ବିଭକ୍ତ ହୋଇ ବାଇନୋକୁଲାର, ଜିପିଏସ୍‌ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଯନ୍ତ୍ରପାତି ସହାୟତାରେ ପକ୍ଷୀଗଣନା କରିଥିଲେ। ଏହି କାର୍ଯ୍ୟ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲିଥିଲା। ପାଣି ଡୁବୁକ ୨୨୩, ମାଟିଆ ଡୁବୁକି ୫୭୪, ବଡପାଣି କୁଆ ୪୯, ପାଣିକୁଆ ୧୭୭, ଛୋଟ ପାଣି କୁଆ ୪୦, ଦୁବ ହଂସ ୧, ହଂସରାଳି ୩୨୩, ବଗ ୧୧୪, ଖଇରାବଗ ୭, ବଡ ବଗ ୧୧, ପାଣି ବଗ ୨, ସାରସ ପକ୍ଷୀ ୬୭ଟି ଆସିଥିବା ଗଣନା ବେଳେ ଜଣାପଡିଥିଲା। ଚଳିତବର୍ଷ ପାଣି ଡୁବୁକି ଓ ସାରସ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଗଣନାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri