ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା

ଜଳେଶ୍ୱର, ୬।୮-ମଣିଷ ବଞ୍ଚିଥିବା ବେଳେ ଯେତେ ବାଦବିବାଦ ଥାଉ ନା କାହିଁକି ମୃତ୍ୟୁ ପରେ ସମସ୍ତେ ତାହାକୁ ଭୁଲିଯାଇଥାନ୍ତି। ଏହାକୁ କୁହାଯାଏ ମଣିଷପଣିଆ। ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ନଶ୍ଚିମପୁର ପଞ୍ଚାୟତ ଆମ୍ବୁଳିଅଠା ଗ୍ରାମରେ ପୂର୍ବ ବିବାଦକୁ କେନ୍ଦ୍ର କରି ଜଣେ ବାସିନ୍ଦାଙ୍କୁ ମୃତ୍ୟୁ ପରେ ଶ୍ମଶାନରେ ଜାଗା ନ ମିଳିବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଶେଷରେ ତାଙ୍କ ପରିବାର ଲୋକେ ଗ୍ରାମଠାରୁ ୧୪ କି.ମି. ଦୂର ସୁବର୍ଣ୍ଣରେଖା ନଦୀକୂଳକୁ ନେଇ ସେଠାରେ ଶବ ସଂସ୍କାର କରିଛନ୍ତି।

ଗ୍ରାମର ଭୂପତି ଜେନା (୭୨)ଙ୍କର ସୋମବାର ମୃତ୍ୟୁ ହୋଇଥିଲା। ଗ୍ରାମର ନୀତି ଓ ପ୍ରଥା ଅନୁଯାୟୀ ଶବ ସତ୍କାର ପାଇଁ ବଡ଼ପୁଅ ଭବାନୀ ଗ୍ରାମର ମୁଖିଆଙ୍କ ସମେତ ଗ୍ରାମବାସୀଙ୍କୁ ଡାକିଥିଲେ। କିନ୍ତୁ ପୂର୍ବରୁ ଗ୍ରାମବାସୀଙ୍କ ସହ ସାନ ପୁଅ ଗିରିଜାଙ୍କର କୌଣସି କାରଣରୁ ଗଣ୍ଡଗୋଳ ହୋଇ ଜଳେଶ୍ୱର ଥାନାରେ ମାମଲା ହୋଇଥିଲା। ସେହି ଗଣ୍ଡଗୋଳ ଯୋଗୁ କେହି ତାଙ୍କ ଘରକୁ ଯିବେ ନାହିଁ କି ତାଙ୍କ ପରିବାର ଲୋକଙ୍କ ମୃତ୍ୟୁ ପରେ ଗ୍ରାମ ଶ୍ମଶାନରେ ଜାଗା ଦିଆଯିବ ନାହିଁ ବୋଲି ଗ୍ରାମରେ ନିଷ୍ପତ୍ତି ହୋଇଥିଲା। ସେହି ଅନୁଯାୟୀ କେହି ଗ୍ରାମବାସୀ ତାଙ୍କ ଘରକୁ ଆସି ନ ଥିଲେ। ସକାଳୁ ସନ୍ଧ୍ୟା ଯାଏ ପିଣ୍ଡାରେ ଶବ ପଡି ରହିଥିଲା। ମୃତ ଭୂପତୀଙ୍କର ସ୍ତ୍ରୀ ଗ୍ରାମବାସୀଙ୍କୁ ଯେତେ ନେହୁରା ହେଲେ, କ୍ଷମା ମାଗିଲେ ମଧ୍ୟ କେହି ଆସି ନ ଥିଲେ। ଶେଷରେ ମୃତକଙ୍କ ପରିବାର ଲୋକେ ଜଳେଶ୍ୱର ଥାନାର ଆଶ୍ରୟ ନେଇଥିଲେ। ଥାନା ତରଫରୁ ସହଯୋଗ ଯୋଗାଇ ଦିଆଯିବ ବୋଲି କୁହାଯାଇଥିଲା। ହେଲେ ଶବ ଦାହ ବେଳେ ସାଙ୍ଗରେ ପୋଲିସ କର୍ମଚାରୀ ରହି ନ ଥିଲେ। ଫଳରେ ପରିବାରର ଲୋକଙ୍କ ଭରସା ପାଇ ନ ଥିଲା। ଶେଷରେ ଭୂପତିଙ୍କ ୪ ପୁଅ କାନ୍ଧରେ ଶବ ବୋହିନେଇ ୧୪ କି.ମି. ଦୂର ସୁବର୍ଣ୍ଣରେଖା ନଦୀକୂଳରେ ଶବ ସଂସ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri