ସତ୍ୟଜିତ୍‌ଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ୱ; ଅରୁଣ ବୋଥ୍ରା ଓଏସ୍‌ଆର୍‌ଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇପିଏସ୍‌ ଅଫସର ତଥା ସ୍ପେଶାଲ୍‌ ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ୍‌ ମହାନ୍ତିଙ୍କୁ ଅଗ୍ନିଶମ ଏବଂ ହୋମଗାର୍ଡ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେସୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅରୁଣ ବୋଥ୍ରାଙ୍କୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ୨୦୧୧ ବ୍ୟାଚ ଆଇପିଏସ୍‌ ଅଫିସର ତଥା ବାଲେଶ୍ୱର ଏସ୍‌ପି ଯୁଗଳ କିଶୋର କୁମାର ବାନୋଥଙ୍କୁ କଟକ (ଗ୍ରାମାଞ୍ଚଳ)ଏସ୍‌ପି ଭାବେ ବଦଳି କରାଯାଇଛି। ସେହିପରି ୨୦୧୨ ବ୍ୟାଚ ଆଇପିଏସ୍‌ ଅଫିସର ତଥା କ୍ରାଇମବ୍ରାଞ୍ଚ ଏସ୍‌ପି ଥିବା ସୁଧାଂଶୁ ଶେଖର ମିଶ୍ରଙ୍କୁ ବାଲେଶ୍ୱର ଏସ୍‌ପି ଭାବେ ବଦଳି କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?