ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍‌ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ। ଅର୍ଥାତ୍‌ ସେ ବାହାର ଦେଶକୁ ଯାଇ ନାହାନ୍ତି କି ଦେଶର କୌଣସି ଅଞ୍ଚଳକୁ ମଧ୍ୟ ଯାଇ ନ ଥିବା ଜଣାପଡ଼ିଛି।
ତେଣୁ ସତ୍ୟନଗର ଛକରୁ-କାଳି ମନ୍ଦିର ଛକ, କାଳି ମନ୍ଦିର ଛକରୁ-ପତଞ୍ଜଳି ଷ୍ଟୋର, ପତଞ୍ଜଳି ଷ୍ଟୋରରୁ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଅଫିସର୍ସ କ୍ୱାର୍ଟର୍ସ, ବ୍ୟାଙ୍କ ଅଫ ଇଣ୍ଡିଆର ଅଫିସର୍ସ କ୍ୱାର୍ଟର୍ସରୁ ସତ୍ୟନଗର ଛକରେ ଥିବା ବିଗ୍‌ବଜାର ପର୍ଯ୍ୟନ୍ତ ଅଞ୍ଚଳକୁ ସିଲ୍‌ କରାଯାଇଛି। ଏହି ଅଞ୍ଚଳ ଭିତରକୁ କାହାକୁ ଛଡ଼ା ଯିବ ନାହିଁ କିମ୍ବା ଏହା ଭିତରୁ କେହି ବାହାରକୁ ବାହାରି ପାରିବେ ନାହିଁ। ବିଏମ୍‌ସିୁ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ସମ୍ପୃକ୍ତ ଅଞ୍ଚଳରେ ପହଞ୍ଚାଇ ଦିଅରଯିବ। କଣ୍ଟେନ୍‌ମେଣ୍ଟ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅଫିସ୍‌ ବନ୍ଦ ରହିବ। ଏହି ସମ୍ପୃକ୍ତ ଅଞ୍ଚଳର ଲୋକଙ୍କ ଲାଗି ହେଲ୍‌ପ ଲାଇନ୍‌ ନମ୍ବର ୧୯୨୯ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri