ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ

ସତ୍ୟବାଦୀ,୯।୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ ହୋଇଛନ୍ତି। ତାଙ୍କ ଶ୍ବଶୁର ଘର ନିକଟରେ ଗୁଳିମାଡ଼ରେ ମୃତ୍ୟୁ ହୋଇଥିବା ଖବରପାଇ ପରିବାର ଲୋକେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରି ଭୁବନେଶ୍ୱର – ପୁରୀ ରାଜପଥରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ।
ସୂଚନାନୁଯାୟୀ, ନୟାଗଡ଼ ଜିଲା ଛାମୁଡିଆ ଅଞ୍ଚଳର ମୃତ ଭାସିଆ ସତ୍ୟବାଦୀର ବଡ଼କାଞ୍ଜିଆରେ ବିବାହ କରିଥିଲେ। ନିକଟରେ ଘରଭଡ଼ା ନେଇ ପରିବାର ସହ ରହିବା ସହ ଜଣେ ରଙ୍ଗମିସ୍ତ୍ରୀ ଭାବରେ କାମ କରନ୍ତି। ରବିବାର ସନ୍ଧ୍ୟାରେ ଏକ ଢାବାରେ ସପ୍ଲାୟର କାମ ମଧ୍ୟ କରୁଥିଲେ। ସେହିରାତିରେ ଢାବାକୁ ଖାଇବା ପାଇଁ ଆସିଥିବା କିଛି ଅଜଣା ଗ୍ରାହକଙ୍କ ସହ ଝଗଡ଼ା ହୋଇଥିଲା। ପରେ ଗ୍ରହକମାନେ ଘଟଣାସ୍ଥଳରେ ଅନ୍ୟ ଏକ ଢାବାରେ ଖାଇବା ପରେ ଭାସିଆ ଓ ତାଙ୍କ ଢାବା ମାଲିକ ସେଠାରେ ପହଞ୍ଚି ଝଗଡ଼ା କରିବା ପରେ ସେମାନେ ଗୁଳି କରିଥିଲେ। ଥାନାରେ ଅଟକ ରହିଥିବା ମାଲିକ ପୋଲିସକୁ କହିଛନ୍ତି। ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳ, ସତ୍ୟବାଦୀ ଥାନା ଆଇଆଇସି ଦେବୀ ପ୍ରସାଦ ପାତ୍ର ପୋଲିସ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଆନ୍ଦୋଳନକାରୀମାନଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଛି। ସାଇଣ୍ଟିଫିକ ଟିମ୍‌ ତଦନ୍ତ କରିବା ପରେ ମୃତଦେହ ବ୍ୟବଛେଦ ପାଇଁ ପଠାଯାଇଛି। ଅନ୍ୟପକ୍ଷରେ ହତ୍ୟାକାଣ୍ଡରେ ଢାବା ମାଲିକଙ୍କ ସମୃକ୍ତି ରହିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri