ସଦ୍ୟ ନିୟମିତ ଶିକ୍ଷକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ରଣପୁର,୨୯ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରବିବାର ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଦ୍ୟ, ନିୟମିତଥିବା ୨୦୧୧ ବ୍ୟାଚ୍‌ର ୬୧ଜଣ ଶିକ୍ଷା ସହାୟକ, ଶିକ୍ଷୟିତ୍ରୀ/ ଶିକ୍ଷକମାନଙ୍କୁ ନୂତନ ପେନସନ୍‌ ଯୋଜନା ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମୁଖ୍ୟଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ନିରୂପମା ପ୍ରଧାନ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନଣ୍ଡା ଦଳବେହେରା, ରଣପୁର ଏନ୍‌ଏସି ଅଧ୍ୟକ୍ଷା ସବିତା ଦାସ, ପୂର୍ବତନ ବ୍ଲକ ଶିକ୍ଷା ଅଧିକାରୀ କିଶୋର ଚନ୍ଦ୍ର କର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରତ୍ନାକର ପାଣି ପ୍ରମୁଖ ଯୋଗଦେଇଥିଲେ । ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଦୀପ ରଞ୍ଜନ ଖୁଣ୍ଟିଆ ସଭାପତିତ୍ୱ କରିଥିବାବେଳେ ସମ୍ପାଦକ ଅନିଲ କୁମାର ପାଇକରାୟ ବାର୍ଷିକ ବିବରଣୀ ପାଠ କରିଥିଲେ। ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ । ଶିକ୍ଷକ ସଂଘର ଏକତା ଓ ଦଳଗତ କାର୍ଯ୍ୟ ସଫଳତାର ଚାବିକାଠି ଏବଂ ଅଭ୍ୟାସ ଦ୍ୱାରା କାର୍ଯ୍ୟରେ ସଫଳତା ମିଳିଥାଏ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଫୁଲ୍ଲ କୁମାର ବିଶ୍ୱାଳ, ଗଣଶିକ୍ଷକ ସଂଘ ସଭାପତି ପବିତ୍ର ପ୍ରଧାନ ଓ ସମ୍ପାଦକ ଭାଗବତ ଜେନା, ମଧ୍ୟ ଇଂରାଜୀ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଅଶୋକ କୁମାର ଦାଶ, ଶିକ୍ଷା ସହାୟକ ଶିକ୍ଷକ ସଂଘ ସଭାପତି ଜ୍ୟୋତି ରଞ୍ଜନ କର ଓ କୈଳାସ ଚନ୍ଦ୍ର ମାଝି, ପ୍ରଭାତ ଦଳବେହେରା, ଏନ୍‌ପିଏସ୍‌ ଶିକ୍ଷକ ସଂଘ ତରଫରୁ ସନ୍ତୋଷ କୁମାର ରାଉତରାୟ, ପବିତ୍ର ମୋହନ ସାମନ୍ତରାୟ, ପ୍ରଦୀପ କୁମାର ଜେନା, ଅଜୟ କୁମାର ସାହୁ, ସୁଶାନ୍ତ କୁମାର ପ୍ରଧାନ, ମନୋଜ କୁମାର ତ୍ରିପାଠୀ, ବସନ୍ତ ପରିଡା, ପ୍ରକାଶ ରଣହାନ୍ଦୋଳ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri