Posted inଜାତୀୟ

ସନ୍ତାନ ପ୍ରସବର ୮ଘଣ୍ଟା ପରେ ପରୀକ୍ଷା ହଲ୍‌ରେ ପହଞ୍ଚିଲେ ମା’

ଆଗ୍ରା,୯।୬: ମା’ର ଦୃଢ ଇଚ୍ଛା ଶକ୍ତିର ଉଦାହରଣ ଏବେ ଦେଖିବାକୁ ମିଳିଛି ଆଗ୍ରାରେ। କାଗାରୋଲରେ ରହୁଥିବା ପ୍ରିୟଙ୍କା ବର୍ମା ନାମକ ଜଣେ ଛାତ୍ରୀ ସନ୍ତାନ ଜନ୍ମ ଦେବାର ମାତ୍ର ୮ ଘଣ୍ଟା ପରେ ଡିଏଲ୍‌ଇଡି ବା ଡିପ୍ଲୋମା ଇନ୍‌ ଏଲିମେଣ୍ଟାରୀ ଏଜୁକେଶନର ତୃତୀୟ ସେମିଷ୍ଟର ପରୀକ୍ଷା ଦେଇଛନ୍ତି। ପ୍ରସବ ପରର ଯନ୍ତ୍ରଣା ଥାଇ ମଧ୍ୟ ତାଙ୍କର ଦୃଢ ଇଚ୍ଛା ଶକ୍ତି ଆଗରେ ସବୁକିଛି ଫିକା ପଡିଯାଇଛି। ଜୁନ୍‌ରେ ଆରମ୍ଭ ହୋଇଥିବା ଏହି ପରୀକ୍ଷାର ପ୍ରଥମ ଦିନରେ ପ୍ରିୟଙ୍କା ଶୁକ୍ରବାର ୨ଟି ସିଟିଂ ପରୀକ୍ଷା ଦେଇଥିଲେ। ଏହାପରେ ତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ରାତିରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିବା ବେଳେ ଶନିବାର ପୁଣିଥରେ ପ୍ରସବର ମାତ୍ର ଆଠଘଣ୍ଟା ମଧ୍ୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ୩ଟି ସିଟିଂରେ ପରୀକ୍ଷା ଦେଇଥିଲେ। ଏଥିରେ ତାଙ୍କୁ ଡାକ୍ତର, ପରୀକ୍ଷା କେନ୍ଦ୍ରର କର୍ମଚାରୀ ଓ ପରିବାର ଲୋକେ ସହାୟତା କରିଥିଲେ। ତେବେ ଡାକ୍ତରଙ୍କ କହିବା କଥା ହେଲା ସାଧାରଣ ପ୍ରସବ ପରେ ଜଣେ ମହିଳାଙ୍କୁ ଅତିକମ୍‌ରେ ୪୮ ଘଣ୍ଟା ବିଶ୍ରାମ ଆବଶ୍ୟକ ହୋଇଥାଏ। ହେଲେ ପ୍ରିୟଙ୍କାଙ୍କ ଦୃଢ ମନୋବଳ ଯୋଗୁ ସେ ପରୀକ୍ଷା କେନ୍ଦ୍ରରେ ବସି ପରୀକ୍ଷା ଦେଇ ପାରିଛନ୍ତି। ପ୍ରିୟଙ୍କା କହିଛନ୍ତି ଯଦି ସେ ଚଳିତ ବର୍ଷ ଏହି ପରୀକ୍ଷା ଦେଇ ନ ଥାଆନ୍ତେ ତେବେ ତାଙ୍କର ଗୋଟିଏ ବର୍ଷ ନଷ୍ଟ ହୋଇ ଯାଇଥାଆନ୍ତା। ଏବେ ସୋମବାର ସେ ଆଉ ଏକ ପରୀକ୍ଷା ଦେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri