ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ

ସୋନପୁର,୧୮।୫(ନି.ପ୍ର.)
ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ନାୟକ ନିୟମିତ ଶାରୀରିକ ପରିଶ୍ରମ, ଉପଯୁକ୍ତ ସୁଷମ ଖାଦ୍ୟ ଶୈଳୀ ସାଙ୍ଗକୁ ମାନସିକ ଚାପରୁ ସବୁବେଳେ ମୁକ୍ତ ରହିବାକୁ ଚେଷ୍ଟା କଲେ ଉଚ୍ଚ ରକ୍ତଚାପ ପରି ସମସ୍ୟାକୁ ଦୂରେଇ ଦିଆଯାଇପାରିବ ବୋଲି ମତପ୍ରକାଶ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟ ନିରୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ ମଣିଷ ଦେହରେ ଏହି ରୋଗର କୁପ୍ରଭାବ ସମ୍ପର୍କରେ ବ୍ୟାପକ ଆଲୋଚନା ସହ ଆଳସ୍ୟପୂର୍ଣ୍ଣ ଜୀବନ, ମେଦ ବହୁଳତା, ଆବଶ୍ୟକତାଠାରୁ ଅଧିକ ପରିମାଣ ଲୁଣର ବ୍ୟବହାର, ଚର୍ବି ଜାତୀୟ ଖାଦ୍ୟ, ଫାଷ୍ଟ ଫୁଡ ଆଦି ଖାଦ୍ୟର ବ୍ୟବହାର ବନ୍ଦ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଭାରପ୍ରାପ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ତଥା ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ ଜିଲାରେ ଥିବା ଉଚ୍ଚ ରକ୍ତଚାପ ରୋଗୀଙ୍କ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। ତାଙ୍କ କହିବା ଅନୁସାରେ ୨୦୧୭-୧୮ ଏବଂ ୨୦୧୮-୧୯ ମସିହାରେ ବାହ୍ୟ ବିଭାଗରେ ଯଥାକ୍ରମେ ମୋଟ ୨୪୫୧୮ ଓ ୨୦୪୫୩ ଜଣ ଉଚ୍ଚ ରକ୍ତଚାପ ରୋଗୀ ଚିହ୍ନଟ ହୋଇଛନ୍ତି। ଠିକ୍‌ ସେହିପରି ୨୦୧୯-୨୦ ଏପ୍ରିଲ ମାସ ପର୍ଯ୍ୟନ୍ତ ମୋଟ ୨୦୫୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ୪୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ବ୍ୟକ୍ତି ସଚେତନ ହୋଇ ନିଜ ରକ୍ତଚାପ ପରୀକ୍ଷା କରାଇନେବା ଉଚିତ ବୋଲି ସେ କହିବା ସହ ଏଥିପାଇଁ ବିଭିନ୍ନସ୍ତରରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ବ୍ୟବସ୍ଥା କରାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(କୁଷ୍ଠ) ଡାକ୍ତର ପ୍ରମୋଦ ଚନ୍ଦ୍ର ବିଶ୍ୱାଳ, ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଅଧ୍ୟକ୍ଷା କନକଲତା ବେହେରାଙ୍କ ସହ ଜିଲା ସ୍ବାସ୍ଥ୍ୟ ବିଭାଗର ସମସ୍ତ ଅଧିକାରୀ, କର୍ମଚାରୀ ଏବଂ ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଛାତ୍ରୀମାନେ ଉପସ୍ଥିତ ଥିଲେ। ସଚେତନତା ସଭା ପରେ ଏକ ଦସ୍ତଖତ ଅଭିଯାନ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri