Posted inଖେଳ

ସନ୍ତୋଷ ଟ୍ରଫି: ଓଡ଼ିଶାର ବିଜୟ ଅଭିଯାନ

କଟକ ଅଫିସ,୨୩ା୯- ପଶ୍ଚିମବଙ୍ଗର କଲ୍ୟାଣୀଠାରେ ୭୪ତମ ଜାତୀୟ ଫୁଟବଲ ଚାମ୍ପିୟନଶିପ ସନ୍ତୋଷ ଟ୍ରଫିର ପୂର୍ବାଞ୍ଚଳ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡର ପ୍ରଥମ ମ୍ୟାଚ୍‌ରେ ଓଡ଼ିଶା ବିଜୟୀ ହୋଇଛି । ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ୬-୧ ଗୋଲରେ ବିହାରକୁ ହରାଇ ଟୁର୍ନାମେଣ୍ଟରେ ଅଭିଯାନ ଆରମ୍ଭ କରିଛି। ପ୍ରଥମାର୍ଦ୍ଧରେ ଓଡ଼ିଶା ପକ୍ଷରୁ ୩ଟି ଗୋଲ ସ୍କୋର ହୋଇଥିଲା । ୨୯ତମ ମିନିଟରେ ରାଜେଶ ନାୟକ, ୩୪ତମ ମିନିଟରେ ଅର୍ପଣ ଲାକ୍ରା ଓ ୪୧ତମ ମିନିଟରେ ବିକି ସେଠୀ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ୩-୦ରେ ଓଡ଼ିଶା ପ୍ରଥମାର୍ଦ୍ଧରେ ଆଗୁଆ ରହିଥିଲା । ଦ୍ୱିତୀୟାର୍ଦ୍ଧର ରାଜେଶ ୫୬ତମ ଓ ୬୦ତମ ମିନିଟରେ ୨ଟି ଗୋଲ ଦେଇ ଓଡ଼ିଶାକୁ ୫-୦ରେ ଅଗ୍ରଣୀ ଦେବା ସହ ବ୍ୟକ୍ତିଗତ ୩ୟ ଗୋଲ ସ୍କୋର କରିଥିଲେ। ବିହାର ପକ୍ଷରୁ ୬୭ତମ ମିନିଟରେ ମହମ୍ମଦ ସର୍ଫରାଜ ଏକ ଗୋଲ ପରିଶୋଧ କରିଥିଲେ। ଅତିରିକ୍ତ ୯୨ତମ ମିନିଟରେ ରାଜେଶ ବ୍ୟକ୍ତିଗତ ୪ର୍ଥ ଗୋଲ ଦେଇ ଓଡ଼ିଶାକୁ ୬-୧ ଗୋଲରେ ଜିତାଇଥିଲେ । ଆସନ୍ତା ୨୬ରେ ପଶ୍ଚିମବଙ୍ଗ ବିପକ୍ଷରେ ଓଡ଼ିଶା ପରବର୍ତ୍ତୀ ମ୍ୟାଚ୍‌ ଖେଳିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri