ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି। ରୋଗୀଙ୍କୁ ଆଇସୋଲେସନ୍‌ ବ୍ୟବସ୍ଥାରେ ରଖାଯାଇ ସ୍ବତନ୍ତ୍ର ଚିକିତ୍ସା କରାଯାଉଛି। ଏଥିପାଇଁ ଡା. ସୁଦର୍ଶନ ପୋଥାଳଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇଛି। ବୁଧବାର ରକ୍ତ ଓ ସ୍ବାପ୍‌ ନମୁନା ସଂଗ୍ରହ କରି ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ଲ୍ୟାବକୁ ପରୀକ୍ଷା ପାଇଁ ପଠାଯାଇଛି । ଭୁବନେଶ୍ୱରରୁ ଆବଶ୍ୟକ ପଡିଲେ ପୁଣେ ପରୀକ୍ଷା ପାଇଁ ନିଆଯିବ । ରିପୋର୍ଟ ଆସିଲା ପରେ ସଂକ୍ରମଣ ହୋଇଛି କି ନାହିଁ ଜଣାପଡିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପୂର୍ବରୁ ଭିମ୍‌ସାର ପକ୍ଷରୁ ପ୍ରସ୍ତୁତ କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ରହିଛି । କାଶ ଓ ଜ୍ୱର ହେଉଛି । ରିପୋର୍ଟକୁ ଅପେକ୍ଷା କରାଯାଇଛି ବୋଲି ଡାକ୍ତର ପୋଥାଳ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲା ହେମଗିର ବସୁନ୍ଧରା କୋଇଲା ଖଣି କାର୍ଯ୍ୟରତ ଜଣେ ଅଧିକାରୀଙ୍କ ଏହି ୨୩ ବର୍ଷୀୟ ପୁଅ ଦକ୍ଷିଣ କୋରିଆରେ ରିସର୍ଚ୍ଚ କରନ୍ତି। ଗତ ୨୨ ତାରିଖରେ ସେ ଦିଲ୍ଲୀରେ ଓହ୍ଲାଇଥିଲେ। ଦିଲ୍ଲୀ ବିମାନ ବନ୍ଦରରେ ତାଙ୍କଠାରେ କରୋନା ଭାଇରାସ ଉପରେ ଯାଞ୍ଚ କରାଯିବାରୁ ନେଗେଟିଭ ରିପୋର୍ଟ ଆସିଥିଲା। ହେଲେ ୨୩ ତାରିଖ ସେ ଘରେ ପହଞ୍ଚିବା ପରେ ୨୪ ତାରିଖ ତାଙ୍କୁ ଜ୍ୱର, କାଶ ହୋଇଥିଲା। ମଙ୍ଗଳବାର ରାତିରେ ତାଙ୍କୁ ବୁର୍ଲା ଭିମ୍‌ସାରରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri