Posted inଖେଳ

ସନ୍ଦୀପ କୁମାରୀ ୪ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୩ା୫ (ପି.ଟି.)-ଡୋପ୍‌ ଟେଷ୍ଟରେ ବିଫଳ ହେବାରୁ ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ ଡିସ୍‌କସ୍‌ ଥ୍ରୋୟର ସନ୍ଦୀପ କୁମାରୀଙ୍କୁ ୪ ବର୍ଷ ବାସନ୍ଦ କରିଛି। କୌତୂହଳର କଥା ଏହିକିଯେ, ୨୦୧୮ରେ ଗୁଆହାଟୀଠାରେ ଜାତୀୟ ଆନ୍ତଃ ରାଜ୍ୟ ଚାମ୍ପିୟନଶିପ୍‌ ବେଳେ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଅଫିସିଆଲମାନେ କୁମାରୀଙ୍କଠାରୁ ରକ୍ତ ନମୁନା ସଂଗ୍ରହ କରିଥିଲେ। ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବୋରେଟୋରି (ଏନ୍‌ଡିଟିଏଲ୍‌)ରେ ଏହାର ପରୀକ୍ଷା କରାଯାଇଥିଲା। ଫଳାଫଳ ନେଗେଟେିଭ ଆସିଥିଲା। କୁମାରୀ ଏହି ଚାମ୍ପିୟନଶିପ୍‌ରେ ୫୮.୪୧ ମିଟି ଥ୍ରୋ କରି ସ୍ବର୍ଣ୍ଣ ପଦକ ଜିତିଥିଲେ। ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) କିନ୍ତୁ କୁମାରୀଙ୍କଠାରୁ ସଂଗୃହୀତ ସାମ୍ପଲକୁ ଆଉଥରେ କାନାଡାସ୍ଥିତ ମଣ୍ଟ୍ରିଲ ଲାବୋରେଟୋରିରେ ପରୀକ୍ଷା କରିବା ଲାଗି ନିଷ୍ପତ୍ତି ନେଇଥିଲା। ସେଥିରେ ଆନାବୋଲିକ୍‌ ଷ୍ଟେରଏଡ୍‌ ମେଟିନୋଲୋନ୍‌ ପାଇଁ ପଜିଟିଭ ଆସିଥିଲା। କୁମାରୀ ଏନ୍‌ଡିଟିଏଲ୍‌ ଦ୍ୱାରା ଦୋଷମୁକ୍ତ ହେବାର ୨ବର୍ଷ ପରେ ସେ ଦଣ୍ଡିତ ହୋଇଛନ୍ତି। ଫଳରେ ୨୦୧୮ ଜୁନ୍‌ ୨୬ରୁ ୨୦୧୮ ନଭେମ୍ବର ୨୧ ପର୍ଯ୍ୟନ୍ତ ତାଙ୍କର ସମସ୍ତ ଫଳାଫଳକୁ ରଦ୍ଦ କରିଦିଆଯାଇଛି। ଓ୍ବାଡାର ୪ ବର୍ଷିଆ ବାସନ୍ଦ ଦଣ୍ଡ ଶୁକ୍ରବାର ଘୋଷଣା କରାଯାଇଛି। ଏହା ସାମ୍ପଲ ସଂଗ୍ରହର ପରଦିନଠାରୁ କାର୍ଯ୍ୟକାରୀ ହେବ। କେବଳ କୁମାରୀ ନୁହଁନ୍ତି ଏନଡିଟିଏଲ୍‌ ଦ୍ୱାରା ନେଗେଟିଭ ଆସିଥିବା ଅନ୍ୟ ୪ଭାରତୀୟଙ୍କ ଫଳାଫଳ ମଧ୍ୟ ମଣ୍ଟ୍ରିଲ ଲାବରେଟୋରିରେ ନେଗେଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରେ ୨୦୧୭ ଏସିଆନ ଚାମ୍ପିୟନ କ୍ୱାର୍ଟରମାଇଲର ନିର୍ମଳା ଶେଓରାନ ରହିଛନ୍ତି। ଅନ୍ୟ ଜଣେ ଝୁମା ଖାତୁନ୍‌ ଗତ ମାସରେ ୪ବର୍ଷ ବାସନ୍ଦ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri