Posted inଖେଳ

ସନ୍ଦୀପ ମେମୋରିଆଲ ଚେସ୍‌: ବୈଭବଙ୍କୁ ଟାଇଟଲ

ଭୁବନେଶ୍ୱର, ୧୧।୧୧(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ସନ୍ଦିପ ମହାନ୍ତି ମେମୋରିଆଲ ଓପନ ଚେସ୍‌ ଚାମ୍ପିୟନଶିପ୍‌ ୯ ଓ ୧୦ ତାରିଖ ଦୁଇଦିନଧରି ଏଠାରେ ଅନୁଷ୍ଠିତ ହୋଇ ଯାଇଛି। ୯ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ବୈଭବ ମିଶ୍ର ୮.୫ ପଏଣ୍ଟ ସହ ଚାମ୍ପିୟନ ଏବଂ ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର (୮ ପଏଣ୍ଟ) ରନର୍ସଅପ୍‌ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସ୍ବପ୍ନିଳ ପ୍ରିୟଦର୍ଶୀ, ହର୍ଷିତ ରଞ୍ଜନ ସାହୁ, ଦାଶରଥୀ ସାହୁ, ତନ୍ମୟ ତ୍ରିପାଠୀ, ସୁହାନା ଜେନା, ରାଜେନ୍ଦ୍ର କୁମାର ସାହୁ, ରୋହନ ମୋଲ୍ଲା ଓ ଲୋଚନ କୁମାର ଦାସ ଯଥାକ୍ରମେ ୩ୟରୁ ୧୦ମ ସ୍ଥାନ ଅଧିକାର କରିଛନ୍ତି। ୨୫ ଜଣଙ୍କୁ ମୁଖ୍ୟ ପୁରସ୍କାର ସହ ୭, ୯, ୧୧, ୧୩ ବର୍ଷରୁ କମ୍‌ ଏବଂ ବାଳିକା ବର୍ଗର ଶ୍ରେଷ୍ଠ ୫ ଜଣ ଲେଖାଏ ପ୍ରତିଯୋଗୀଙ୍କୁ ଟ୍ରଫି ଦିଆଯାଇ ସମ୍ମାନିତ କରାଯାଇଥିଲା। ବଂଶୀଧର ଭୋଇ ଓ ରଶ୍ମିତା ପାତ୍ର ଯଥାକ୍ରମେ ଶ୍ରେଷ୍ଟ ଭେଟେରାନ ଓ ମହିଳା ଖେଳାଳି ବିବେଚିତ ହୋଇଥିଲେ। ଚିଫ୍‌ ଇଲେକ୍ଟ୍ରିକାଲ୍‌ ଇନ୍‌ସ୍ପେକ୍ଟର ସୁରେଶ ଚନ୍ଦ୍ର ମହାରଣା ମୁଖ୍ୟ ଅତିଥି ଏବଂ ମାନଗୋମିନ୍ଦ ଦଳାଇ, ସ୍ମୃତିରଞ୍ଜନ ଦାସ ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri