ସନ୍ଦେହଜନକ ଭାବେ ବୁଲୁଥିବା ୪ ଯୁବକଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ପଦ୍ମପୁର,୨।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ନଇଛଣପୁରଠାରେ ବିଳମ୍ବିତ ରାତିରେ ସନ୍ଦେହଜନକ ଭାବେ ବୁଲୁଥିବା ୪ ଜଣ ଯୁବକଙ୍କୁ ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ବାସୁଦେବପୁର ଥାନା ଅଧିକାରୀ ମଧୁସ୍ମିତା ମହାନ୍ତି ଘଟଣାସ୍ଥଳରେ ପହଞ୍ଚିଥିଲେ। ଜଣେ ଯୁବକ କୌଶଳକ୍ରମେ ଖସିଯାଇଥିବା ବେଳେ ଅନ୍ୟ ୩ ଜଣଙ୍କୁ ଗିରଫ କରି ପୋଲିସ କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ୩ଟି ପାଣି ମୋଟର, ଏକ ବାଇକ୍‌ ଓ ଶାବଳ ଜବତ କରାଯାଇଛି। ଥାନାରେ କେସ୍‌ ନଂ. ୩୬୪/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।