ସନ୍ଦେହଜନକ ମେସେଜ୍‌କୁ ଫରୱାର୍ଡ କରନ୍ତୁ ନାହିଁ: ଡିଜିପି

ଭୁବନେଶ୍ୱର, ୪ା୩ (ବ୍ୟୁରୋ): କୋଭିଡ୍‌-୧୯ର ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକଡାଉନ୍ ଘୋଷଣା କରାଯାଇଛି। ଗତ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରେ ୨୦ କରୋନା ପଜେଟିଭ୍ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଲକ୍ ଡାଉନ୍ ସହ ସଟ୍ ଡାଉନ୍ ଘୋଷଣା କରିଛନ୍ତି । ଏହି ସମୟରେ ସଟ୍ ଡାଉନ୍ ଓ ଲକ୍ ଡାଉନ୍‌ର ନିର୍ଦ୍ଦେଶ ନ ମାନୁଥିବା ଜନସାଧାରଣଙ୍କୁ ଗିରଫ କରାଯାଉଛି ଓ ଅଟକ ରଖାଯାଉଛି। ହେଲେ ଏହି ସାମ୍ପ୍ରତିକ ପରିସ୍ଥିତିରେ କିଛି ଅସାଧୁ କରୋନାକୁ ନେଇ ସୋସିଆଲ ମିଡିଆରେ ଅନେକ ଖବର ପ୍ରସାରିତ କରୁଛନ୍ତି । ଯାହା ଓଡ଼ିଶାବାସୀଙ୍କ ମନରେ ଭୟ ସୃଷ୍ଟି କରିବା ସହ ରାଜ୍ୟର ବିଭିନ୍ନ ସମ୍ପ୍ରଦାୟଙ୍କ ମଧ୍ୟରେ ତିକ୍ତତା ସୃଷ୍ଟି କରୁଛି। ତେଣୁ ରାଜ୍ୟବାସୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଯଦି କିଛି ଏପରି ଖବର ଦେଖୁଛନ୍ତି, ତାକୁ ଅନ୍ୟକାହାକୁ ଫରୱାର୍ଡ କରନ୍ତୁ ନାହିଁ। ଘଟଣାର ସତ୍ୟତା ଜାଣିବା ପାଇଁ ପୋଲିସ୍‌ର ସହାୟତା ନିଅନ୍ତୁ କିମ୍ବା ୧୦୦କୁ ଫୋନ୍ କରି ସଠିକ୍ ଖବର ନିଅନ୍ତୁ ବୋଲି ଡିଜି ଅଭୟ କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, କିଛି ବ୍ୟକ୍ତି ଜାଣିଶୁଣି ଏପରିକ କାର୍ଯ୍ୟ କରୁଛନ୍ତି। ଯାହାଫଳରେ ରାଜ୍ୟରେ ସାମ୍ପ୍ରଦାୟିକ ସ୍ଥିତି ଉପୁଜିବାର ଅନୁମେୟ କରାଯାଇଛି। ସାମ୍ପ୍ରଦାୟିକତା ସ୍ଥିତି ଉପୁଜିଲେ ଓଡ଼ିଶା ପୋଲିସ୍ ଉଭୟ କରୋନା ମୁକାବିଲା ଓ ସାମ୍ପ୍ରଦାୟିକତା ସ୍ଥିତିର ମୁକାବିଲା କରିବା ସହଜ ହେବ ନାହିଁ ବୋଲି ଡିଜିପି କହିଛନ୍ତି।
ଅନ୍ୟପଟେ ଲକ୍ ଡାଉନ୍ ଓ ସଟ୍ ଡାଉନ୍ ସମୟରେ ବର୍ତ୍ତମାନ ସୁଦ୍ଧା ୨୭ ଶହରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ଏଠି ସହିତ ୨୪ ଶହରୁ ଊର୍ଦ୍ଧ୍ୱ ଲୋକଙ୍କୁ ଗିରଫ କରାଯାଇଛି ଓ ୪ ହଜାରରୁ ଊର୍ଦ୍ଧ୍ୱ ଗାଡ଼ିକୁ ଜବତ କରାଯାଇଛି ବୋଲି ଡିଜିପି ସୂଚନା ଦେଇଛନ୍ତି। କରୋନା ପାଇଁ ଲୋକଙ୍କୁ ବ୍ୟାପକ ସଚେତନ କରାଯାଉଛି। ଏହା ସତ୍ତ୍ୱେ ଲୋକମାନେ ସଚେତନ ହେଉନାହାନ୍ତି। ଫଳରେ ଓଡ଼ିଶା ପୋଲିସ ଏହି ପଦକ୍ଷେପ ନେଇଥିବା ଡିଜି ସୂଚନା ଦେଇଛନ୍ତି। ଏହି ସମୟରେ ଯେଉଁ ପୋଲିସ୍ କର୍ମଚାରୀ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଡିଜି ସାଧୁବାଦ ଜଣାଇବା ସହ ଅଭିନନ୍ଦନ ଜଣାଇଛନ୍ତି। ବର୍ତ୍ତମାନ ସମୟରେ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ଘରେ ରହି କରୋନା ମୁକାବିଲା କରିବାରେ ସହଯୋଗ କରିବା ଆବଶ୍ୟକ। ସୋସିଆଲ ମିଡିଆରେ ଅନାବଶ୍ୟକ ଖବର ଛାଡ଼ି ଲୋକଙ୍କୁ ଡରାଇବା ଉଚିତ ନୁହେଁ। ଏଭଳି କଲେ ଓଡ଼ିଶା ପୋଲିସ୍ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri