ସନ୍ଦେହଜନକ ମେସେଜ୍‌କୁ ଫରୱାର୍ଡ କରନ୍ତୁ ନାହିଁ: ଡିଜିପି

ଭୁବନେଶ୍ୱର, ୪ା୩ (ବ୍ୟୁରୋ): କୋଭିଡ୍‌-୧୯ର ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକଡାଉନ୍ ଘୋଷଣା କରାଯାଇଛି। ଗତ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରେ ୨୦ କରୋନା ପଜେଟିଭ୍ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଲକ୍ ଡାଉନ୍ ସହ ସଟ୍ ଡାଉନ୍ ଘୋଷଣା କରିଛନ୍ତି । ଏହି ସମୟରେ ସଟ୍ ଡାଉନ୍ ଓ ଲକ୍ ଡାଉନ୍‌ର ନିର୍ଦ୍ଦେଶ ନ ମାନୁଥିବା ଜନସାଧାରଣଙ୍କୁ ଗିରଫ କରାଯାଉଛି ଓ ଅଟକ ରଖାଯାଉଛି। ହେଲେ ଏହି ସାମ୍ପ୍ରତିକ ପରିସ୍ଥିତିରେ କିଛି ଅସାଧୁ କରୋନାକୁ ନେଇ ସୋସିଆଲ ମିଡିଆରେ ଅନେକ ଖବର ପ୍ରସାରିତ କରୁଛନ୍ତି । ଯାହା ଓଡ଼ିଶାବାସୀଙ୍କ ମନରେ ଭୟ ସୃଷ୍ଟି କରିବା ସହ ରାଜ୍ୟର ବିଭିନ୍ନ ସମ୍ପ୍ରଦାୟଙ୍କ ମଧ୍ୟରେ ତିକ୍ତତା ସୃଷ୍ଟି କରୁଛି। ତେଣୁ ରାଜ୍ୟବାସୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଯଦି କିଛି ଏପରି ଖବର ଦେଖୁଛନ୍ତି, ତାକୁ ଅନ୍ୟକାହାକୁ ଫରୱାର୍ଡ କରନ୍ତୁ ନାହିଁ। ଘଟଣାର ସତ୍ୟତା ଜାଣିବା ପାଇଁ ପୋଲିସ୍‌ର ସହାୟତା ନିଅନ୍ତୁ କିମ୍ବା ୧୦୦କୁ ଫୋନ୍ କରି ସଠିକ୍ ଖବର ନିଅନ୍ତୁ ବୋଲି ଡିଜି ଅଭୟ କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, କିଛି ବ୍ୟକ୍ତି ଜାଣିଶୁଣି ଏପରିକ କାର୍ଯ୍ୟ କରୁଛନ୍ତି। ଯାହାଫଳରେ ରାଜ୍ୟରେ ସାମ୍ପ୍ରଦାୟିକ ସ୍ଥିତି ଉପୁଜିବାର ଅନୁମେୟ କରାଯାଇଛି। ସାମ୍ପ୍ରଦାୟିକତା ସ୍ଥିତି ଉପୁଜିଲେ ଓଡ଼ିଶା ପୋଲିସ୍ ଉଭୟ କରୋନା ମୁକାବିଲା ଓ ସାମ୍ପ୍ରଦାୟିକତା ସ୍ଥିତିର ମୁକାବିଲା କରିବା ସହଜ ହେବ ନାହିଁ ବୋଲି ଡିଜିପି କହିଛନ୍ତି।
ଅନ୍ୟପଟେ ଲକ୍ ଡାଉନ୍ ଓ ସଟ୍ ଡାଉନ୍ ସମୟରେ ବର୍ତ୍ତମାନ ସୁଦ୍ଧା ୨୭ ଶହରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ଏଠି ସହିତ ୨୪ ଶହରୁ ଊର୍ଦ୍ଧ୍ୱ ଲୋକଙ୍କୁ ଗିରଫ କରାଯାଇଛି ଓ ୪ ହଜାରରୁ ଊର୍ଦ୍ଧ୍ୱ ଗାଡ଼ିକୁ ଜବତ କରାଯାଇଛି ବୋଲି ଡିଜିପି ସୂଚନା ଦେଇଛନ୍ତି। କରୋନା ପାଇଁ ଲୋକଙ୍କୁ ବ୍ୟାପକ ସଚେତନ କରାଯାଉଛି। ଏହା ସତ୍ତ୍ୱେ ଲୋକମାନେ ସଚେତନ ହେଉନାହାନ୍ତି। ଫଳରେ ଓଡ଼ିଶା ପୋଲିସ ଏହି ପଦକ୍ଷେପ ନେଇଥିବା ଡିଜି ସୂଚନା ଦେଇଛନ୍ତି। ଏହି ସମୟରେ ଯେଉଁ ପୋଲିସ୍ କର୍ମଚାରୀ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଡିଜି ସାଧୁବାଦ ଜଣାଇବା ସହ ଅଭିନନ୍ଦନ ଜଣାଇଛନ୍ତି। ବର୍ତ୍ତମାନ ସମୟରେ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ଘରେ ରହି କରୋନା ମୁକାବିଲା କରିବାରେ ସହଯୋଗ କରିବା ଆବଶ୍ୟକ। ସୋସିଆଲ ମିଡିଆରେ ଅନାବଶ୍ୟକ ଖବର ଛାଡ଼ି ଲୋକଙ୍କୁ ଡରାଇବା ଉଚିତ ନୁହେଁ। ଏଭଳି କଲେ ଓଡ଼ିଶା ପୋଲିସ୍ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri