Posted inଖେଳ

ସନ୍ଦେହରେ ବୋଲରଙ୍କ ନୋ ବଲ

ଢାକା,୧୩।୧୨- ଚଳିତ ବାଂଲାଦେଶ ପ୍ରିମିୟର ଲିଗ୍‌ (ପିବିଏଲ)ରେ ବାଂଲାଦେଶ ବୋଲରଙ୍କ ପ୍ରଦର୍ଶନ ଉପରେ ପ୍ରଶଂସକ ମ୍ୟାଚ୍‌ ଫିକ୍ସିଂ ହୋଇଥିବା ଅଭିଯୋଗ ଆଣିଛନ୍ତି। ଚାଟ୍ଟୋଗ୍ରାମ ଚ୍ୟାଲେଞ୍ଜର୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସିଲହଟ ଥଣ୍ଡର୍ସ ପେସର କ୍ରିଶମାର ସାଣ୍ଟୋକିଙ୍କ ଦୁଇଟି ବଲ ଫିଲ୍ଡ ଅମ୍ପାୟର ଓ ସାଥୀ ଖେଳାଳିଙ୍କ ଚକିତ କରିଦେଇଥିଲା। ତାଙ୍କର ଏକ ବଲ ଏତେ ଓ୍ବାଇଡ୍‌ ଥିଲା ଯେ, ଉଇକେଟକିପରଙ୍କୁ ବଲକୁ ରୋକିବା ପାଇଁ ବଡ଼ ଡ୍ରାଇଭ ମାରିବାକୁ ପଡ଼ିଥିଲା। ସେହି ଓଭରର ଆଉ ଏକ ବଲ ସାଣ୍ଟୋକି ନୋ ବଲ ପାଇଁ ଧାର୍ଯ୍ୟ ସୀମାଠାରୁ ଏକ ମିଟର ଆଗରେ ବଲ ପକାଇ ଥିଲେ। ଏହାକୁ ଭାଷ୍ୟକାର ବିଶ୍ୱାସ କରିପାରି ନ ଥିଲେ। କେଉଁଭଳି ଜଣେ ବୋଲର ଲାଇନକୁ ଏତେ ମାତ୍ରାରେ ଅତିକ୍ରମ କରିପାରିବେ ବୋଲି ଜଣେ ଭାଷ୍ୟକାର ପ୍ରଶ୍ନ କରିଥିଲେ। ଦୁଇ ବଲର ଭିଡିଓ ସୋସିଆଲ ମିଡିଆରେ ଛାଇ ହୋଇଯିବା ପରେ ପ୍ରଶଂସକମାନେ ସାଣ୍ଟୋକିଙ୍କୁ ସମାଲୋଚନା କରିଛନ୍ତି। ଏପରି କି ଜଣେ ଫ୍ୟାନ ଲେଖିଛନ୍ତି, ଏଥିନେଇ ସାଣ୍ଟୋକିଙ୍କୁ ଜବାବ ଦେବାକୁ ପଡ଼ିବ। ପୂର୍ବତନ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଡିନ ଜୋନ୍ସ ବୋଲରଙ୍କ ପ୍ରଦର୍ଶନ ଉପରେ ପ୍ରଶ୍ନ କରି ଟୁଇଟ କରିଛନ୍ତି ସତରେ ଏଭଳି ସମ୍ଭବ? କିଛି ପ୍ରଶଂସକ ମ୍ୟାଚ୍‌ ଫିକ୍ସିଂ ହୋଇଥିବା ଅଭିଯୋଗ କରିଛନ୍ତି। ତେବେ ଏପର୍ଯ୍ୟନ୍ତ ଏ ଘଟଣା ସମ୍ପର୍କରେ ଉକ୍ତ ବାଂଲାଦେଶ ବୋଲର ପ୍ରତିକ୍ରିୟା ରଖି ନାହାନ୍ତି। ଉଲ୍ଲେଖଥାଉ କି, ୨୦୧୦ରେ ପାକିସ୍ତାନ ପେସର ମହମ୍ମଦ ଆମିର କ୍ରମାଗତ ଦୁଇ ବଡ଼ ନୋ ବଲ ପକାଇଥିଲେ। ଏଥିପାଇଁ ତାଙ୍କୁ ୫ ବର୍ଷ ବାସନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri