ସନ୍ଧ୍ୟା ୭ଟା ପରେ ଦୋକାନ ବନ୍ଦ କରିବାକୁ ଚାହୁଁଛନ୍ତି ସୁରଟର ୩୦ଟି ବଜାରର କପଡ଼ା ବ୍ୟବସାୟୀ

ସୁରଟ, ୭।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଧୀରେଧୀରେ ଆର୍ଥିକ ଅବସ୍ଥାରେ ସୁଧାର ଆଣିବା ଲାଗି ସରକାରଙ୍କ ପକ୍ଷରୁ ଅନ୍‌ଲକ୍‌-୧ ଘୋଷଣା କରାଯାଇଛି। ତେବେ ଲକ୍‌ଡାଉନ୍‌ ସମୟରେ ପରିବାର ସଦସ୍ୟଙ୍କ ସହିତ ଅଧିକ ସମୟ ବିତାଇଥିବା ସୁରଟର ୩୦ଟି ବଜାରର କପଡ଼ା ବ୍ୟବସାୟୀ ଏବେ ଦୋକାନ ସନ୍ଧ୍ୟା ୭ଟା ପରେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପରିବାର ସହିତ ସମୟ ବିତାଇବା ପରେ ଏହାର ଗୁରୁତ୍ୱ ସେମାନେ ଉପଲବ୍ଧି କରିପାରିଛନ୍ତି। ତେଣୁ ସନ୍ଧ୍ୟା ୭ଟା ପରେ ଦୋକାନ ବନ୍ଦ କରି ଘରକୁ ଫେରି ପରିବାରକୁ ସମୟ ଦେବାକୁ ଚାହୁଁଥିବା ସେମାନେ କହିଛନ୍ତି। ବଜାର ଖୋଲିବା ସମୟ ପୂର୍ବାହ୍ନ ୯ଟାଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ କରିବାକୁ ସେମାନେ ଦାବି କରିଛନ୍ତିି। ଏନେଇ ସେମାନେ କପଡ଼ା ମାର୍କେଟ୍‌ ଆସୋସିଏଶନ୍‌ ଫାଷ୍ଟୋକୁ ଚିଠି ମଧ୍ୟ ଲେଖିଛନ୍ତି। ଏବେ ବ୍ୟବସାୟୀମାନେ ଫାଷ୍ଟୋର ଉତ୍ତରକୁ ଅପେକ୍ଷା କରିଛନ୍ତି। ବ୍ୟବସାୟୀମାନେ ଦୋକାନ ଖୋଲିବା ସମୟକୁ ଗୁରୁତର ସହିତ ବିଚାର କରୁଥିବା ଫାଷ୍ଟୋ ଅଧ୍ୟକ୍ଷ ମନୋଜ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଏନେଇ ଖୁବ୍‌ ଶୀଘ୍ର ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri