ସନ୍ନିଙ୍କ ଫୁଟ୍‌ବଲ ପ୍ରେମ

ମୁମ୍ବାଇ: ବଲିଉଡ୍‌ ନାୟିକା ସନ୍ନିି ଲିଓନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ଫ୍ୟାନ୍‌ମାନଙ୍କ ସହ ଯୋଡ଼ିହୋଇ ରହିବାକୁ ସନ୍ନି ଇନ୍‌ଷ୍ଟାଗ୍ରାମରେ ନିଜର ଟିକିନିଖି ଅପ୍‌ଡେଟ୍‌ସ ଦେଇଥାନ୍ତି। ଏହି କ୍ରମରେ ଏକ ନୂଆ ଭିଡିଓ ସନ୍ନି ନିଜ ଇନ୍‌ଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲ୍‌ରେ ଶେୟାର କରିଛନ୍ତି, ଯାହା ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଲକ୍ଷ ଲକ୍ଷ ଲୋକ ଏହାକୁ ଦେଖି ଲାଇକ୍‌ ଏବଂ କମେଣ୍ଟ୍‌ କରୁଛନ୍ତି। ଏହି କାରଣରୁ ସୋସିଆଲ୍‌ ମିଡିଆରେ ଏବେ ସନ୍ନି ରହିଛନ୍ତି ଚର୍ଚ୍ଚାରେ।
ତାଙ୍କ ଏହି ଭିଡିଓରେ ସେ ଫୁଟ୍‌ବଲ୍‌ ଖେଳୁଥିବା ଦେଖିବାକୁ ମିଳିଛି। ତାଙ୍କର ଫୁଟ୍‌ବଲ ସଉକ୍‌ ବି ରହିଛି, ସେନେଇ ଫ୍ୟାନ୍‌ମାନେ କେବେ ଚିନ୍ତା ବି କରି ନ ଥିବେ। ଭିଡିଓରେ ସେ ଜଣେ ଅନୁଭବୀ ଖେଳାଳି ଭଳି ଜଣାପଡ଼ୁଛନ୍ତି। ସନ୍ନିଙ୍କ ଏହି ଲୁକ୍କାୟିତ ପ୍ରତିଭାକୁ ଫ୍ୟାନ୍‌ମାନେ ଖୁବ୍‌ ପସନ୍ଦ କରିବା ସହ ତାଙ୍କର ପ୍ରଶଂସା ମଧ୍ୟ କରିଛନ୍ତି। ତେବେ ବର୍ତ୍ତମାନ ସେ ଆବୁଧାବିରେ ଅଛନ୍ତି ଏବଂ ଟି-୧୦ ଲିଗ୍‌ ପାଇଁ ଦିଲ୍ଲୀ ବୁଲ୍‌ସ ଟିମ୍‌ର ପ୍ରମୋଶନ କରୁଛନ୍ତି। ଏହି ଭିଡିଓରେ ସେ ଦିଲ୍ଲୀ ବୁଲ୍‌ସଙ୍କ ଜର୍ସି ସହ ଡେନିମ୍‌ ସ୍କର୍ଟ ପିନ୍ଧି ଫୁଟବଲ୍‌ ଖେଳୁଥିବା ଦେଖିବାକୁ ମିଳିଛି। ଟି-୧୦ ଲିଗ୍‌ରେ ଦିଲ୍ଲୀ ବୁଲ୍‌ସ ଟିମ୍‌ ସନ୍ନି ଲିଓନଙ୍କୁ ବ୍ରାଣ୍ଡ୍‌ ଆମ୍ବାସାଡର କରିଛି। ଅନ୍ୟପକ୍ଷରେ ସନ୍ନି ଆଜିକାଲି ଏମ୍‌ଟିିଭିର ଏକ ପପୁଲାର୍‌ ଟିଭି ଶୋ ହୋଷ୍ଟ କରୁଛନ୍ତି। ୨୦୧୨ରେ ପୂଜା ଭଟ୍ଟଙ୍କ ଫିଲ୍ମ ‘ଜିସ୍‌ମ ୨’ରୁ ସେ ବଲିଉଡରେ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri