‘ସପ୍ତାହରେ କିଛି ଦିନ ଖୋଲାଯାଉ ଲୁଗା ଦୋକାନ’

ବାଲେଶ୍ୱର ଅଫିସ, ୧୬।୫-ବାଲେଶ୍ୱର ଟେକ୍ସଟାଇଲ୍‌ ଆଣ୍ଡ ରେଡ଼ିମେଡ ମର୍ଚ୍ଚାଣ୍ଟ ଆସୋସିଏଶନ୍‌ ତରଫରୁ ଜିଲାରେ ଦୀର୍ଘ ୫୫ଦିନ ଧରି ବନ୍ଦ ରହିଥିବା ରେଡ଼ିମେଡ ଡ୍ରେସ୍‌ ଏବଂ ଲୁଗା ଦୋକାନ ସପ୍ତାହରେ କିଛି ଦିନ ଖୋଲିବାକୁ ଜିଲାପାଳଙ୍କ ନିକଟରେ ଲିଖିତ ଦାବି କରାଯାଇଥିଲା। ଏଥିପ୍ରତି ଦୃଷ୍ଟି ଦିଆ ନ ଯିବାରୁ ସେମାନଙ୍କ ଆର୍ଥିକ ଅବସ୍ଥା ସଙ୍କଟରେ ପଡ଼ିଥିବା ମୋତିଗଞ୍ଜସ୍ଥିତ ଆସୋସିଏଶନ୍‌ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି।
ଦୀର୍ଘଦିନ ଧରି ଦୋକାନ ବନ୍ଦ ରହିବା କାରଣରୁ ସେମାନଙ୍କ ପରିବାରରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଛୋଟବଡ଼ ଗାର୍ମେଣ୍ଟ ଓ ଲୁଗା ଦୋକାନ ଉପରେ ନିର୍ଭର କରି ପରିବାର ଭରଣପୋଷଣ କରୁଥିଲେ। ଦେଶରେ ଲକ୍‌ଡାଉନ୍‌ ପରେ ସେମାନେ ଏକପ୍ରକାର ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଛନ୍ତି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ କିଛି ନିୟମ କୋହଳ ହେବା ପରେ ଆସୋସିଏଶନ ତରଫରୁ ଗତ ୪ ତାରିଖରେ ଜିଲାପାଳଙ୍କୁ ସମସ୍ତ ନିୟମ ସହ ସପ୍ତାହରେ କିଛି ଦିନ ଦୋକାନ ଖୋଲିବା ନେଇ ଜଣାଇଥିଲେ। ଗତ ୧୧ ତାରିଖରେ ଜିଲାପାଳ ଆସୋସିଏସନ୍‌ କର୍ମକର୍ତ୍ତାଙ୍କ ସହ ଆଲୋଚନା ମଧ୍ୟ କରି ଗୋଟିଏ ଦିନ ପରେ ନିଷ୍ପତ୍ତି ନେବାର ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ୫ଦିନ ପରେ ମଧ୍ୟ କୌଣସି ପ୍ରତିଶ୍ରୁତି ନ ମିଳିବାରୁ ଶୁକ୍ରବାର ସେମାନଙ୍କର ସମସ୍ୟା ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଜରିଆରେ ସରକାରଙ୍କୁ ଅବଗତ କରାଯାଇଛି। ଏହି ସମ୍ମିଳନୀରେ ସଭାପତି ଅଶୋକ ସାହା, ସମ୍ପାଦକ ସୌମେନ୍ଦ୍ର ଦାସ, ରାଜେଶ ମୋଦୀ, ଅମିତ୍‌ ଅଗ୍ରୱାଲ, ବିକାଶ ସୌରାଙ୍ଗି, ରାକେଶ ଅଗ୍ରୱାଲ, କିଶାନ ସାହା, ମନୀଷ ଅଗ୍ରୱାଲ ଓ ବଳରାମ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri