ସପ୍ତାହରେ ଥରେ ଖୋଲିବ ପରିବା ମାର୍କେଟ, ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ନିର୍ଦ୍ଦେଶନାମା ଜାରି

ସୁନ୍ଦରଗଡ଼,୩୦ା୪(ଡି.ଏନ୍‌.ଏ.) : ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି ପାଳନ ପାଇଁ ଜିଲାପାଳ ନିଖିଲ ପବନ କଲ୍ୟାଣ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । କଣ୍ଟେନ୍‌ମେଣ୍ଟ ଘୋଷିତ ରାଉରକେଲା ମହାନଗର ନିଗମ ଓ ବିଶ୍ରା ଅଞ୍ଚଳ ବ୍ୟତୀତ ଜିଲାର ସମସ୍ତ ଅଞ୍ଚଳରେ ସପ୍ତାହରେ ଥରୁଟିଏ ପରିବା ମାର୍କେଟ୍‌ ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ସପ୍ତାହର ରବିବାର କେବଳ ଏହି ପରିବା ମାର୍କେଟ ଖୋଲିବ। ସୁନ୍ଦରଗଡ଼ରେ ବୁଧବାର କେବଳ ପରିବା ମାର୍କେଟ୍‌ ଖୋଲା ରହିବ । ସେହିପରି ରାଶନ ଦୋକାନଗୁଡିକ ପ୍ରତ୍ୟହ ସକାଳ ୬ରୁ ୧୧ଟା, ବହିଦୋକାନ ସକାଳ ୯ରୁ ୧୧ଟା ୫୯, କୃଷିଜାତ ସାମଗ୍ରୀ, ଯନ୍ତ୍ରପାତି,ବିହନ, ପଶୁଖାଦ୍ୟ ଓ ସାର ଦୋକାନଗୁଡ଼ିକ ସକାଳ ୯ରୁ ଅପରାହ୍ନ ୨ଟା, ଇଲୋକ୍‌ଟ୍ରୋନିକ୍ସ ଓ ସାଇକେଲ ମରାମତି ଦୋକାନ ପୂର୍ବାହ୍ନ ୧୦ରୁ ୬ଟା, ୨ଚକିଆ ଯାନ ମରାମତି ଦୋକାନ ସକାଳ ୬ରୁ ୧୧ଟା ଓ ଅପରାହ୍ନ ୪ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ।
ସେହିପରି ରାଜ୍ୟ ରାଜପଥ ପାର୍ଶ୍ୱରେ ଥିବା ୪ଚକିଆ, ୬ଚକିଆ ଗାଡ଼ି ମରାମତି ଦୋକାନ ମଧ୍ୟ ସକାଳ ୬ରୁ ୧୧ଟା ଓ ଅପରାହ୍ନ ୪ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ । ମାଛ,ମାଂସ ଓ ଚିକେନ ଦୋକାନ ଓ ସପ୍ତାହର କେବଳ ରବିବାର ସକାଳ ୭ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲାରହିବ। ଅଣ୍ଡା ଓ ଫଳ ଦୋକାନ ପ୍ରତ୍ୟେକ ଦିନ ସକାଳ ୬ରୁ ୧୧ଟା ପର୍ଯ୍ୟନ୍ତ ଖୋଲାରହିବ। ହୋଟେଲ, ପାଉଁରୁଟି ଦୋକାନଗୁଡିକ କେବଳ ପାର୍ସଲ ପାଇଁ ସକାଳ ୮ରୁ ଅପରାହ୍ନ ୨ଟା ଓ ସନ୍ଧ୍ୟା ୬ରୁ ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ହାର୍ଡଓ୍ବାର ଓ ନିର୍ମାଣ ସାମଗ୍ରୀ ଦୋକାନ ପୂର୍ବାହ୍ନ ୧୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ଔଷଧ ଦୋକାନଗୁଡ଼ିକ ୨୬ଘଣ୍ଟା ଖୋଲାରହିବା ସହ କ୍ଲିନିକ୍‌ ଓ ପାଥୋଲଜିଗୁଡିକ ସକାଳ ୬ରୁ ଅପରାହ୍ନ୨ଟା ଓ ଅପରାହ୍ନ ୫ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବା ସହିତ ଦୁଗ୍ଧ ଓ ଓମଫେଡ୍‌ ପାର୍ଲରଗୁଡିକ ସକାଳ ୬ରୁ ୧୧ଟା ଓ ଅପରାହ୍ନ ୫ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ଏହିସବୁ ଦୋକାନଗୁଡ଼ିକରେ ସାମାଜିକ ଦୂରତା, ପରିମଳ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯିବା ସମ୍ପର୍କରେ ଗୁରୁତ୍ୱ ଦିଆଯାଇଛି । ଏଥିସହିତ ଜନସାଧାରଣ ମୁହଁରେ ମାସ୍କ, ଗାମୁଛା, ରୁମାଲ ଆଦିରେ ଢାଙ୍କିବାକୁ ବାଧ୍ୟତାମୂଳକ କରାଯାଇଛି। ସାମାଜିକ ଦୂରତ୍ୱକୁ ପାଳନ କରିବା ପାଇଁ ୫ଜଣରୁ ଅଧିକ ବ୍ୟକ୍ତି ଏକାଠି ହୋଇପାରିବେ ନାହିଁ ବୋଲି କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?