ସଫଳତାର ସହ ମହିଳାଙ୍କ କହୁଣି ପ୍ରତିରୋପଣ

ଜଟଣୀ,୧୬ା୪(ଡି.ଏନ.ଏ.): ଜଟଣୀସ୍ଥିତ ରେଲୱେ ମେଡିକାଲରେ ଜଣେ ୬୦ ବର୍ଷୀୟା ବୃଦ୍ଧାଙ୍କ ଭାଙ୍ଗି ଯାଇଥିବା ବାମ ହାତ କହୁଣି ସଫଳତାର ସହ ଅସ୍ତ୍ରୋପଚାର ଦ୍ୱାରା ପୟତିରୋପଣ କରାଯାଇଛି। ବୃଦ୍ଧାଙ୍କ ନାମ କନକଲତା ସାହୁ। ରେଲୱେରେ କାର୍ଯ୍ୟ କରୁଥିବା ଅବସରପ୍ରାପ୍ତ ସେକ୍ସନ ଅଫିସର କୁବେର ଚରଣ ସାହୁଙ୍କ ସେ ସ୍ତ୍ରୀ। ଦୁଇବର୍ଷ ପୂର୍ବେ କନକଲତାଙ୍କ ବାମହାତ କହୁଣି ଭାଙ୍ଗି ଯାଇଥିଲା। ଏହା ମଧ୍ୟରେ ଘରୋଇ ଡାକ୍ତରଖାନାରେ ତାଙ୍କର ୩ ଥର ଅସ୍ତ୍ରୋପଚାର ହୋଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିଲା। ପୂର୍ବପରି କନକଲତା କଷ୍ଟ ପାଇବା ସହ କୌଣସି କାର୍ଯ୍ୟ କରି ପାରୁ ନ ଥିଲେ। ରେଲୱେ ଡାକ୍ତରଖାନାରେ ଡାକ୍ତରଙ୍କୁ ଦେଖାଇବା ପରେ ମାର୍ଚ୍ଚ ୧୯ରେ ତାଙ୍କ କହୁଣିରେ ଅସ୍ତ୍ରୋପଚାର କରାଯାଇଥିଲା। ଅସ୍ତ୍ରୋପଚାର ୪ ସପ୍ତାହ ପର୍ଯ୍ୟନ୍ତ ଅନୁଧ୍ୟାନରେ ରଖିବା ପରେ ମହିଳା ଜଣକ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଚିଫ୍‌ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଗୋପାଳ ଚନ୍ଦ୍ର ଦାଶଙ୍କ ତତ୍ତ୍ୱାବଧାନରେ ଏକ ଡାକ୍ତରୀ ଦଳ ଏହି ଅସ୍ତ୍ରୋପଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ମଙ୍ଗଳବାର ଭାଜପା ଷ୍ଟାର ପ୍ରଚାରକ ଲିଷ୍ଟରେ ଅନୁଭବଙ୍କ ନାଁ ଥିଲା।

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri