ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍‌ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍‌ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼ ଜିଲା ଭିତିରିଆ ସାହିର ରାଜେଶ ଅଗ୍ରୱାଲ୍‌(୫୫)ଙ୍କଠାରେ ଏହି ପ୍ରତିରୋପଣ କରାଯାଇଛି। ହେମାଟୋଲୋଜି ବିଭାଗରେ ଅନୁଷ୍ଠିତ ଏହି ଅସ୍ତ୍ରୋପଚାର ଏସସିବି ପାଇଁ ଆଉ ଏକ ଇତିହାସ ରଚିଛି। ଅସ୍ତ୍ରୋପଚାର ପରେ ରାଜେଶଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ମେଡ଼ିକାଲ୍‌ ସୂତ୍ରରୁ ସୂଚନା ମିଳିଛି ।
ଏସ୍‌ସିବିର ହେମାଟୋଲୋଜି ବିଭାଗରେ ୨୦୧୪ ଫେବୃୟାରୀ ୨୬ତାରିଖରେ ଅସ୍ଥିମଜ୍ଜା ପ୍ରତିରୋପଣ ବ୍ୟବସ୍ଥାର ଶୁଭାରମ୍ଭ ହୋଇଥିଲା। ଏହି ବ୍ୟବସ୍ଥା ଦ୍ୱାରା ରକ୍ତ କର୍କଟ ରୋଗୀରେ ଆକ୍ରାନ୍ତଙ୍କ ଠାରେ ରକ୍ତ ସୃଷ୍ଟି କରୁଥିବା ଷ୍ଟେନ୍‌ ସେଲ୍‌ ପ୍ରତ୍ୟାରୋପଣ କରାଯାଇଥାଏ। ଘରୋଇ ହସ୍‌ପିଟାଲ୍‌ରେ ଏହି ପ୍ରତିରୋପଣ ପାଇଁ ପ୍ରାୟ ୧୫ରୁ ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥାଏ। କିନ୍ତୁ ଏସ୍‌ସିବିରେ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଥାନ୍ତି। ୨୦୧୪ ଏପ୍ରିଲ୍‌ ୨୩ତାରିଖରେ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳର ଶକୁନ୍ତଳା ସାହୁ(୫୪)ଙ୍କ ପ୍ରଥମ ପ୍ରତିରୋପଣ ଅସ୍ତ୍ରୋପଚାର କରାଯାଇଥିଲା। ଏହାର ପରଦିନ ଅର୍ଥାତ୍‌ ୨୪ତାରିଖରେ ଯାଜପୁର ଜିଲା ଡି. ଜେନା(୫୭)ଙ୍କ ପ୍ରତିରୋପଣ ହୋଇଥିଲା। ଗୋଟିଏ ପରେ ଗୋଟିଏ ସଫଳ ପ୍ରତିରୋପଣ ପରେ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଲା। ୨୦୧୪ରୁ ୨୦୧୭ ମସିହା ଭିତରେ ମୋଟ ୫୫ଟି ପ୍ରତିରୋପଣ ଅସ୍ତ୍ରୋପଚାର ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଅର୍ଥାତ୍‌ ୨୦୧୭ ନଭେମ୍ବର ୧୭ତାରିଖ ପରଠୁ କେହି ବିଭାଗୀୟ ମୁଖ୍ୟ ନ ଥିବା ଯୋଗୁ ଏହା ସାମୟିକ ଭାବେ ବନ୍ଦ ରହିଥିଲା। ବିଭାଗୀୟ ମୁଖ୍ୟଙ୍କ ଯୋଗଦାନ ପରେ ୨୦୧୯ ଏପ୍ରିଲ୍‌ରେ ପୁଣି ଥରେ ଅସ୍ତ୍ରୋପଚାର ଆରମ୍ଭ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟ ଅସ୍ତ୍ରୋପଚାର ଆରମ୍ଭ ପରଠୁ ଏଯାଏ ୨୦ଟି ସଫଳ ପ୍ରତିରୋପଣ ହୋଇସାରିଲାଣି। ଗୁରୁବାରକୁ ମିଶାଇ ମୋଟ ୭୫ଟି ପ୍ରତିରୋପଣ ହୋଇଛି। ପୂର୍ବ ଭାରତର କୌଣସି ସରକାରୀ ହସ୍ପିଟାଲ୍‌ ଏଯାବତ୍‌ ୭୫ ଅସ୍ଥିମଜ୍ଜା ପ୍ରତିରୋପଣ କରିନାହିଁ। ବିଶେଷକରି ୬୫ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ କ୍ଷେତ୍ରରେ ଅସ୍ଥିମଜ୍ଜା ପ୍ରତିରୋପଣ କେବଳ ଆମେରିକାରେ ହୋଇଥାଏ। ମାତ୍ର ଏସିଆ ମହାଦେଶରେ ଏସ୍‌ସିବି ଏକମାତ୍ର ହସ୍ପିଟାଲ ଯେଉଁଠି ୬୫ରୁ ଊର୍ଦ୍ଧ୍ୱ ବୟସର ୫ଜଣଙ୍କ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳତାର ସହ କରାଯାଇଛି। ଭୁବନେଶ୍ୱରର ଜାଫର ଖାନଙ୍କ ୭୪ବର୍ଷ ବୟସରେ ଅସ୍ଥିମଜ୍ଜା ପ୍ରତିରୋପଣ ସଫଳତାର ସହ କରାଯାଇ ପାରିଛି। ବର୍ତ୍ତମାନ ଏଠାରେ ଅଟୋଲୋଗସ କୌଶଳରେ ଅସ୍ଥିମଜ୍ଜା ପ୍ରତିରୋପଣ କରାଯାଉଛି। ଆଗାମୀ ଦିନରେ ଆଲୋଜେନିକ ଓ ହାପଲୋ ଭଳି ଅତ୍ୟାଧୁନିକ କୌଶଳରେ ଅସ୍ତ୍ରୋପଚାର ପାଇଁ ଯୋଜନା ରହିଛି ବୋଲି ବିଭାଗୀୟ ମୁଖ୍ୟ ପ୍ରଫେସର ରବୀନ୍ଦ୍ର କୁମାର ଜେନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri