ସଫେଇ କର୍ମଚାରୀଙ୍କୁ ପାଣି, ଫୁଲ ପକାଇ ସମ୍ମାନିତ

ଜଟଣୀ ୨୧ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାରେ ଅଗ୍ରଦୂତ ସାଜିଥିବା ଡାକ୍ତର, ନର୍ସ, ପୋଲିସ ଓ ସଫେଇ କର୍ମଚାରୀ ଜୀବନକୁ ବାଜି ଲଗାଇଛନ୍ତି। ଲକ୍‌ଡାଉନ୍‌ ସମୟରେ ଲୋକଙ୍କ ସେବାରେ ଲାଗି ପଡିଥିବା ଜଟଣୀ ମ୍ୟୁନିସିପାଲିଟି ଅଞ୍ଚଳରେ କାର୍ଯ୍ୟରତ ୧୦୦ରୁ ଊର୍ଦ୍ଧ୍ୱ ସଫେଇ କର୍ମଚାରୀଙ୍କୁ ଏଠାରେ ଥିବା ସୁରକ୍ଷା ମଞ୍ଚ ସଙ୍ଗଠନ ପକ୍ଷରୁ ଅଭିନବ ଢଙ୍ଗରେ ଉତ୍ସାହିତ କରାଯାଇଥିଲା। ସଙ୍ଗଠନର କର୍ମକର୍ତ୍ତା ଓ ସଦସ୍ୟମାନେ ସୋମବାର ଭୋରରୁ ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସେଠାରେ ସଫେଇ କର୍ମଚାରୀମାନଙ୍କ ପାଦରେ ପାଣି ଓ ମସ୍ତକରେ ଫୁଲ ପକାଇବା ସହ ଗାମୁଛା ପ୍ରଦାନ କରି ସମ୍ମାନିତ କରିଥିଲେ। ସେମାନଙ୍କୁ ଶୁଖିଲା ଖାଦ୍ୟପୁଡ଼ିଆ ବଣ୍ଟନ କରିଥିଲେ। ଏ ନେଇ ସଙ୍ଗଠନର ଆବାହକ ଶିବ ମହାନ୍ତି କୁହନ୍ତି, କରୋନା ଭୂତାଣୁ ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ କରିଛନ୍ତି। ଭୂତାଣୁ ସଂସ୍ପର୍ଶରେ କେହି ଯେପରି ନ ଆସିବେ ସେଥିପାଇଁ ସୁରକ୍ଷିତ ଭାବେ ଘରେ ରହିବାକୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। ହେଲେ ପିଲାଛୁଆଙ୍କୁ ଘରେ ଛାଡ଼ି ସହରକୁ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ଏହି ସଫେଇ କର୍ମଚାରୀମାନେ ଭୋରରୁ ଘରୁ ବାହାରି ପଡ଼ନ୍ତି। କାମସାରି ମଧ୍ୟାହ୍ନ ୧୨ଟା ବେଳକୁ ଘରକୁ ଫେରନ୍ତି। ଏଣୁ ସେମାନଙ୍କୁ ଉତ୍ସାହିତ କରିବାକୁ ସମ୍ମାନିତ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri