ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭଞ୍ଜନଗର,୨୮।୪(ଡି.ଏନ୍‌.ଏ.)- ଭଞ୍ଜନଗର ଏନ୍‌ଏସି ସଫେଇ କର୍ମଚାରୀଙ୍କୁ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ସେ କହିଥିଲେ କରୋନା ଭୂତାଣୁକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ପଦକ୍ଷେପ ନେଇଛନ୍ତି। ଅନ୍ୟ ରାଜ୍ୟରେ ଲକ୍ଷ ଲକ୍ଷ ଓଡ଼ିଆ ବିଭିନ୍ନ କ୍ଷେତ୍ରରେ କାମ କରୁଛନ୍ତି। ଲକ୍‌ଡ଼ାଉନ ଯୋଗୁ ଅନେକ ନିଜ ଭିଟାମାଟିକୁ ଫେରିବାକୁ ଚାହଁୁଛନ୍ତି। ଏନେଇ ପଦକ୍ଷେପ ନିଆଯାଇଛି। ସଫେଇ କର୍ମଚାରୀମାନେ ଏତେବଡ଼ ବିପତ୍ତି ସମୟରେ ସହରବାସୀଙ୍କୁ ନିରବିଚ୍ଛନ୍ନ ସେବା ଯୋଗାଇ ଆସୁଛନ୍ତି ବୋଲି ମନ୍ତ୍ରୀ ଆରୁଖ କହିଥିଲେ। ଏଥିସହ ସମସ୍ତ ସଫେଇ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ବାଉଁଶଲୁଣ୍ଡିସ୍ଥିତ ବିଜୁ ସ୍ମୃତି ସଂସଦ ପକ୍ଷରୁ ଏହି କାର୍ଯ୍ୟକ୍ରମ ସ୍ଥାନୀୟ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜନ ହୋଇଥିଲା। ଏହି ଅବସରରେ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ, ନିର୍ବାହୀ ଅଧିକାରୀ ଭଜରାମ ବିଶ୍ୱାଳ, ସ୍ମୃତି ସଂସଦର କର୍ମକର୍ତ୍ତା ରାଜେନ୍ଦ୍ର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ଇଂ. ଲିଙ୍ଗରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶୁଳପାଣି ଶତପଥୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।
((((ଫଟୋ୨୮ଏ-ମନ୍ତ୍ରୀ ଶ୍ରୀ ଆରୁଖ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri