ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭଞ୍ଜନଗର,୨୮।୪(ଡି.ଏନ୍‌.ଏ.)- ଭଞ୍ଜନଗର ଏନ୍‌ଏସି ସଫେଇ କର୍ମଚାରୀଙ୍କୁ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ସେ କହିଥିଲେ କରୋନା ଭୂତାଣୁକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ପଦକ୍ଷେପ ନେଇଛନ୍ତି। ଅନ୍ୟ ରାଜ୍ୟରେ ଲକ୍ଷ ଲକ୍ଷ ଓଡ଼ିଆ ବିଭିନ୍ନ କ୍ଷେତ୍ରରେ କାମ କରୁଛନ୍ତି। ଲକ୍‌ଡ଼ାଉନ ଯୋଗୁ ଅନେକ ନିଜ ଭିଟାମାଟିକୁ ଫେରିବାକୁ ଚାହଁୁଛନ୍ତି। ଏନେଇ ପଦକ୍ଷେପ ନିଆଯାଇଛି। ସଫେଇ କର୍ମଚାରୀମାନେ ଏତେବଡ଼ ବିପତ୍ତି ସମୟରେ ସହରବାସୀଙ୍କୁ ନିରବିଚ୍ଛନ୍ନ ସେବା ଯୋଗାଇ ଆସୁଛନ୍ତି ବୋଲି ମନ୍ତ୍ରୀ ଆରୁଖ କହିଥିଲେ। ଏଥିସହ ସମସ୍ତ ସଫେଇ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ବାଉଁଶଲୁଣ୍ଡିସ୍ଥିତ ବିଜୁ ସ୍ମୃତି ସଂସଦ ପକ୍ଷରୁ ଏହି କାର୍ଯ୍ୟକ୍ରମ ସ୍ଥାନୀୟ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜନ ହୋଇଥିଲା। ଏହି ଅବସରରେ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ, ନିର୍ବାହୀ ଅଧିକାରୀ ଭଜରାମ ବିଶ୍ୱାଳ, ସ୍ମୃତି ସଂସଦର କର୍ମକର୍ତ୍ତା ରାଜେନ୍ଦ୍ର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ଇଂ. ଲିଙ୍ଗରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶୁଳପାଣି ଶତପଥୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।
((((ଫଟୋ୨୮ଏ-ମନ୍ତ୍ରୀ ଶ୍ରୀ ଆରୁଖ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି।