ସଫେଇ କର୍ମଚାରୀଙ୍କ ଧର୍ମଘଟ : ସହରରେ ଗଦା ହୋଇଛି କୁଢ଼କୁଢ଼ ଆବର୍ଜନା

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୌରପରିଷଦର ସଫେଇ କର୍ମଚାରୀଙ୍କ ଧର୍ମଘଟ ଯୋଗୁ ସହରରେ କୁଢ଼କୁଢ଼ ଆବର୍ଜନା ପଡ଼ି ରହିଛିା ପ୍ରକାଶ ଯେ, ଭବାନୀପାଟଣା ସହରରେ ଗତ ୪ ଦିନ ଧରି ପୌରପରିଷଦର ସଫେଇ କର୍ମଚାରୀମାନେ ସେମାନଙ୍କ ଆକାଉଣ୍ଟରେ ଇପିଏଫ୍‌ ରାଶି ଜମା ଦେବା ଦାବି ନେଇ ଧର୍ମଘଟ ଚଳାଇଛନ୍ତି। ପୌରପରିଷଦ ପକ୍ଷରୁ ଏକ ସଂସ୍ଥାକୁ ସହରର ସଫେଇ କାର୍ଯ୍ୟ ଦିଆଯାଇଛି। ଏଥିରେ ନିଯୁକ୍ତ ୧୬୦ ଜଣ ଠିକା ସୁଇପର କର୍ମଚାରୀଙ୍କ ଇପିଏଫ୍‌ ବ୍ୟାଙ୍କ ଆକାଉଣ୍ଟରେ ଜମା କରୁ ନ ଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ କର୍ମଚାରୀମାନେ ୪ ଦିନ ଧରି ସହରରେ ସଫେଇ କାର୍ଯ୍ୟ କରୁନାହାନ୍ତି। ପୌରପରିଷଦ ପକ୍ଷରୁ କେବଳ ୩୦ ଜଣ ସରକାରୀ ସୁଇପରଙ୍କୁ ନେଇ ୨୦ଟି ୱାର୍ଡରେ ସଫେଇ କରୁଥିବାରୁ ଆବର୍ଜନା ଏଣେତେଣେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ପୌରପରିଷଦ ଓ ଠିକାସଂସ୍ଥା ମଧ୍ୟରେ ଏ ନେଇ ବାରମ୍ବାର ଆଲୋଚନା ହୋଇଥିଲେ ମଧ୍ୟ ଠିକାସଂସ୍ଥାର ଜିଦ୍‌ ଯୋଗୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରିଛି। ସୁଇପରମାନେ ପୌରପରିଷଦ କାର୍ଯ୍ୟାଳୟ ଓ ଗାନ୍ଧୀ ଛକ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏନେଇ ପୌର ପରିଷଦ ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ରଙ୍କୁ ପଚାରିବାରୁ ୧୬୦ ଜଣ ଠିକା ସଫେଇ କର୍ମଚାରୀମାନେ ଧର୍ମଘଟ କରିଛନ୍ତି। ଏଥିପାଇଁ ୩୦ ଜଣ ସରକାରୀ ସଫେଇ କର୍ମଚାରୀଙ୍କୁ ନେଇ ସଫେଇ କାର୍ଯ୍ୟ ଜାରି ରହିଛି। ଠିକାସଂସ୍ଥାକୁ ତୁରନ୍ତ ଏହି ଘଟଣାରେ ହସ୍ତକ୍ଷେପ କରି ସୁଇପରମାନଙ୍କୁ କାର୍ଯ୍ୟରେ ତୁରନ୍ତ ଲଗାଇବା ପାଇଁ ତାଗିଦ୍‌ କରାଯାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri