ସଫେଇ କର୍ମଚାରୀଙ୍କ ବଦାନ୍ୟତା

ହାଇଦ୍ରାବାଦ: ଅନ୍ୟକୁ ଦାନ କରିବା କି ସାହାଯ୍ୟ ସହଯୋଗ କରିବା ପାଇଁ ପାଖରେ ପ୍ରଚୁର ଅର୍ଥର ଆବଶ୍ୟକତା ନ ଥାଏ। ବିଶାଳ ହୃଦୟ ଥିବା ଲୋକେ ହିଁ ଅନ୍ୟକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥାନ୍ତି। ଏହାର ଏକ ଉଦାହରଣ ହେଉଛନ୍ତି ତେଲେଙ୍ଗାନା ଉଟନୁର୍‌ର ସଫେଇ କର୍ମଚାରୀ ବୋନ୍ଥା ସାଇ କୁମାର। କରୋନା ପୀଡ଼ିତଙ୍କୁ ସାହାଯ୍ୟ କରିବା ପାଇଁ ସେ ତାଙ୍କର ଦୁଇ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରିଛନ୍ତି। ସାଇ କୁମାରଙ୍କ ଏଭଳି ବଦାନ୍ୟତାକୁ ନେଇ ଏବେ ସବୁଆଡେ ଚର୍ଚ୍ଚା ହେଉଥିବା ବେଳେ ନିଜେ ମୁଖ୍ୟମନ୍ତ୍ରୀଙ୍କ ପୁଅ କେ. ଟି ରାମାରାଓ ଟ୍ବିଟ୍‌ କରି ତାଙ୍କର ପ୍ରଶଂସା କରିଛନ୍ତି।
କରୋନା ଲଢେଇରେ ଏଭଳି ମହାନ ଦାନ କରିଥିବା ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଲଗାତାର ଟୁଇଟକରି ଉତ୍ସାହିତ କରୁଛନ୍ତି। ସାଇ କୁମାରଙ୍କ ଭଳି ସଫେଇ କର୍ମଚାରୀ ଦୁଇମାସର ଦରମା ଦାନ କରି ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ସେଇଭଳି ସିଲେଇ କରି ପରିବାର ଚଳାଉଥିବା ଗଡ଼ୱାଲ୍‌ ଜିଲାର ମହିଳା ଉମା ଦେବୀ ପ୍ରତିଦିନ ବିଭିନ୍ନ ଅଞ୍ଚଳର ଲୋକଙ୍କୁ ୩୫୦ରୁ ଅଧିକ ମାସ୍କ ତିଆରି କରି ବାଣ୍ଟୁଛନ୍ତି। ସେହିଭଳି ପ୍ରତିଦିନ ୪୦ଜଣ ଭୋକିଲାଙ୍କୁ ଖାଇବାକୁ ଦେଉଛନ୍ତି ତେଲେଙ୍ଗାନାର ସମାରିଥାନ୍‌। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଏଭଳି ଲୋକଙ୍କୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri