ସଫେଇ ବାହାନାରେ ଠକି ନେଲେ ସୁନା ଅଳଙ୍କାର

ବାରିପଦା ଅଫିସ,୧୬ା୧୨- ବାରିପଦା ସହରରେ ଚଳିତ ବର୍ଷ ଅପରାଧିକ କାର୍ଯ୍ୟକଳାପ ବିଗତ ବର୍ଷ ଅପେକ୍ଷା ବୃଦ୍ଧି ଘଟିଛି। ପୋଲିସ ଚାହିଁଲେ ସୁଦ୍ଧା ଅପରାଧକୁ କମାଇ ପାରୁ ନାହିଁ । ଚୋରି, ଡକାୟତି ଓ ଲୁଟ ନିତିଦିନିଆ ଘଟଣା ପାଲଟିଛି। ତେବେ ପୋଲିସ ଅପରାଧୀଙ୍କୁ ଧରିବାରେ ଫେଲ୍‌ ମାରୁଥିବାରୁ ଲୋକଙ୍କ ସମାଲୋଚନାର ଶିକାର ହେଉଛି । ରବିବାର ଦିନ ଦ୍ୱିପ୍ରହରରେ ବାରିପଦା ସୁନାମୁହିଁ ଅଞ୍ଚଳର ସଂଦୀପ୍ତ ମାଇତିଙ୍କ ଘରୁ ସଫେଇ କରିଦେବା କହି ସୁନା ଅଳଙ୍କାର ଧରି ଛୁ ମାରିଛନ୍ତି ୨ଜଣ ଯୁବକ । ସୁନା ମୁଦି ଓ ହାରକୁ ନେଇ ସେମାନେ ଫେରାର ହୋଇ ଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହି ୨ ଯୁବକ ଏକ ମୋଟରସାଇକଲରେ ଆସିଥିବା ଲୋକେ କହୁଛନ୍ତି । ପ୍ରଥମେ ଘରର ପିତ୍ତଳ ସାମଗ୍ରୀକୁ ସେମାନେ ସଫା କରି ଦେଖାଇ ଥିଲେ। ଏହା ଚକ ଚକ ହେବାପରେ ସୁନା ଅଳଙ୍କାର ସଫେଇ କରିଦେବେ ବୋଲି କହି ୨ ଯୁବକ ଠକି ଥିବା ଅଭିଯୋଗରେ ଦର୍ଶାଯାଇଛି। ତେବେ ଏହା ବାରିପଦାରେ ନୂଆ ଘଟଣା ନୁହେଁ। ବାହାର ଅଞ୍ଚଳର କିଛି ଯୁବକ ଏଠାକୁ ଆସି ନିୟମିତ ସହର ଓ ଗ୍ରାମାଞ୍ଚଳକୁ ଯାଇ ଠକେଇ କରୁଛନ୍ତି । ଏମାନଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସ୍କାଡ ଗଠନ କରିବାକୁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri