ସବଡ଼ିଭିଜନ ମାନ୍ୟତା ଦାବିରେ ରାଜସ୍ବ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବଡ଼ସାହି,୨୪ା୧୦(ସ୍ବ.ପ୍ର)- ବେତନଟୀକୁ ସବଡ଼ିଭିଜନ ମାନ୍ୟତା ଦାବି ନେଇ ଅଣ୍ଟା ଭିଡ଼ିଥିବା ବଡ଼ସାହି-ବେତନଟୀ ବିକାକ ମଞ୍ଚ ପକ୍ଷରୁ ବୁଧବାର ୩ଟିି ସ୍ମାରକପତ୍ର ପ୍ରଦାନ କରାଯାଇଛି ା ମଞ୍ଚ ପକ୍ଷରୁ ଆବାହକ ତଥା ପ୍ରେସକ୍ଲବ ୨୪ ଗୁଣନ ୭ର ସଭାପତି ହରିଶ୍ଚନ୍ଦ୍ର ନନ୍ଦଗୋସ୍ବାମୀଙ୍କ ନେତୃତ୍ୱରେ ଏକ ୮ ଜଣିଆ ପ୍ରତିନିଧି ଦଳ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ରାଜସ୍ବ ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ସାକ୍ଷାତ କରି ସବଡ଼ିଭିଜନ ମାନ୍ୟତାର ଯୁକ୍ତିଯୁକ୍ତ ଦାବି ଉଲ୍ଲେଖିତ ସ୍ମାରକପତ୍ର୍ର ପ୍ରଦାନ କରିଛନ୍ତି। ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ବଡ଼ସାହି ବିଧାୟକ ସନାତନ ବିଜୁଳି, ଜିଲାପରିଷଦ ସଦସ୍ୟ ବ୍ରଜମୋହନ ବେହେରା, ଖବରଦାତା ଅରୁଣ କୁମାର ଓତା, ସଞ୍ଜୟ ମିଶ୍ର, ତପନ ପତି, ସମାଜସେବୀ ସ୍ବରୂପ କୁମାର ପଟ୍ଟନାୟକ ଓ ବୈଜ୍ଞାନିକ ଡ଼. ଜଗନ୍ନାଥ ପାତ୍ର ସାମିଲ ଥିଲେ। ଉଲ୍ଲେଖଯୋଗ୍ୟ ଯେ, ମଞ୍ଚ ଗଠନ ପରେ ଏକାଧିକ ବୈଠକରେ ଗୃହୀତ ସର୍ବସମ୍ମତି ପ୍ରସ୍ତାବ ଅନୁଯାୟୀ ଉପରୋକ୍ତ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ା ବଡ଼ସାହି,ବେତନଟୀ, ରାସଗୋବିନ୍ଦପୁର ଓ ମୋରଡ଼ା ବ୍ଲକକୁ ନେଇ ଉପଖଣ୍ଡସ୍ତରୀୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବେତନଟୀରେ ଦୀର୍ଘଦିନ ଧରି କାର୍ଯ୍ୟ କରୁଥିବା ବେଳେ ସବଡ଼ିଭିଜନ ମାନ୍ୟତା ପାଇଁ ବେତନଟୀ ସମସ୍ତ ସର୍ତ୍ତାବଳୀ ପୂରଣ କରୁଛି ା ଉପଜିଲାପାଳ ଓ ଅନ୍ୟାନ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସ୍ଥାପନ ପାଇଁ ଆମ୍ବଯୋଡ଼ାଠାରେ ଇଡ଼କୋର ବିସ୍ତୃତ ଜମି ମଧ୍ୟ ରହିଛି ା ଅନ୍ୟପକ୍ଷରେ ବାରିପଦା ସଦର ସବଡ଼ିଭିଜନ ଅଧୀନରେ ୧୦ଟି ବ୍ଲକ ଥିବାରୁ ସରକାରୀ ଯୋଜନାର ସଫଳ ରୂପାୟନ ଓ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସମାଧାନରେ ସମୟ ଲାଗୁଛି। ସ୍ମାରକପତ୍ର ପ୍ରଦାନ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରୁ ପ୍ରଂସଶା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri