ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଦିନ ବିତିଥିଲେ ସୁଦ୍ଧା ଗିରଫ ହୋଇପାରିଲେନି ଅଭିଯୁକ୍ତ, ଚଢ଼ାଉ ଜାରି

ହାଟଡିହୀ,୨୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସବର୍ଣ୍ଣ ଓ ଅସବର୍ଣ୍ଣଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା ଏଥିରେ ସବର୍ଣ୍ଣ ସାହିର ପ୍ରସନ୍ନ ନାୟକ ଗୁରୁତର ଆହତ ହୋଇ କଟକରେ ଚିକିତ୍ସିତ ହେଉଛନ୍ତି । ଘଟଣାକୁ ନେଇ ନନ୍ଦିପଦା ଥାନାରେ ୪୮/୨୦୧୯ ରେ ଏକ ମାମଲା ରୁଜୁ ହୋଇଥିଲା । ଘଟଣା ଚଳିତ ମାସ ଗତ ୨୭ ତାରିଖ ଦିନ ସନ୍ଧ୍ୟା ସମୟରେ ଘଟିଥିଲାା ଉକ୍ତଦିନ ରାତି ଡିଏସ୍‌ପି ପାହ୍ୟାର ଅଧିକାରୀ ଓ ପୋଲିସ ଫୋର୍ସ ଗ୍ରାମରେ ଚଢ଼ାଉ କରିଥିଲେ। ଏହି ଘଟଣାକୁ ୩ ଦିନ ବିତିଥିଲେ ବି କୌଣସି ଅଭିଯୁକ୍ତ ଅଦ୍ୟାବଧି ଗିରଫ ହୋଇପାରିନାହାନ୍ତି। ଅପରପକ୍ଷେ ଆନନ୍ଦପୁର ଡିଏସ୍‌ପି ବିଦ୍ୟୁତ ଚନ୍ଦ୍ର ପଣ୍ଡା ଘଟଣାକୁ ଗୁରୁତର ସହ ନେଇ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରି ଅଭିଯୁକ୍ତଙ୍କୁ ଗିରଫ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି । ଆଇନଗତ ପ୍ରକ୍ରିୟା ମାଧ୍ୟମରେ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri