Posted inଖେଳ

ସବିତା ଖେଳିଲେ ୨୦୦ତମ ମ୍ୟାଚ୍‌

ମାର୍ଲୋ(ୟୁକେ),୪।୧୦(ପି.ଟି.)- ଇଂଲଣ୍ଡ ଗସ୍ତର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ମହିଳା ହକି ମ୍ୟାଚରେ ଭାରତୀୟ ଗୋଲକିପର ସବିତା କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ମ୍ୟାଚ ପୂର୍ବରୁ କୋଚ୍‌ ଜୋର୍ଡ ମାରିଜନେ ତାଙ୍କୁ ୨୦୦ ନମ୍ବର ଲେଖାଥିବା ଜର୍ସି ପ୍ରଦାନ କରିଥିଲେ। ସବିତା ୨୦ ବର୍ଷର ହୋଇଥିବାବେଳେ ୨୦୦୯ରେ ଦକ୍ଷିଣ ଆଫ୍ରିକାର ଡର୍ବାନଠାରେ ଏକ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ସିନିୟର ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଗତ କିଛିବର୍ଷ ଧରି ଟପ୍‌-କ୍ୱାଲିଟି ପ୍ରଦର୍ଶନ ଯୋଗୁ ସେ ଭାରତୀୟ ଦଳର ନିୟମିତ ସଦସ୍ୟା ପାଲଟି ଯାଇଛନ୍ତି। ବର୍ତ୍ତମାନ ୨୯ ବର୍ଷରେ ପହଞ୍ଚତ୍ଥିବା ସବିତା ୨୦୧୩ରେ ମାଲେସିଆରେ ଅନୁଷ୍ଠିତ ମହିଳା ଏସିଆ କପ୍‌ରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟା ଥିଲେ। ୨୦୧୭ରେ କାନାଡାରେ ଅନୁଷ୍ଠିତ ହକି ଓ୍ବାଲର୍‌ଡ ଲିଗ୍‌ ରାଉଣ୍ଡ-୨ରେ ଗୋଲକିପର ଅଫ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ। ୨୦୧୬ରେ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ବିଜେତା ଦଳର ସଦସ୍ୟା ମଧ୍ୟ ଥିଲେ। ଏହି ହରିୟାଣା ଯୁବତୀ ୨୦୧୭ ମହିଳା ଏସିଆ କପ୍‌ରେ ଭାରତକୁ ସ୍ବର୍ଣ୍ଣ ପଦକ ବିଜୟୀ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ସେଠାରେ ସେ ଶ୍ରେଷ୍ଠ ଗୋଲକିପର ବିବେଚିତ ହୋଇଥିଲେ। ୨୦୧୮ରେ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ଏବଂ ଏସିଆନ ଗେମ୍ସରେ ରୌପ୍ୟ ପଦକ ବିଜୟୀ ଦଳର ସେ ସଦସ୍ୟା ଥିଲେ। ନିଜ ୧୦ ବର୍ଷର କ୍ୟାରିୟର ମଧ୍ୟରେ ସେ ୨୦୧୬ ରିଓ ଅଲିମ୍ପିକ୍ସ ଏବଂ ୨୦୧୮ ମହିଳା ବିଶ୍ୱକପରେ ଭାରତୀୟ ଦଳର ପ୍ରତନିଧିତ୍ୱ କରିଥିଲେ। ୨୦୧୮ରେ ତାଙ୍କୁ ସମ୍ମାନଜନକ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri