Posted inଫୁରସତ

ସବୁଜିମାଭରା ଅଟୋ

ଗ୍ରାହକଙ୍କୁ ଯିଏ ଯେତେ ଆକୃଷ୍ଟ କରିପାରେ ତା’ର ବ୍ୟବସାୟ ସେତେ ବଢିଥାଏ। ସେଇଥିପାଇଁ ତ କିଏ କେତେପ୍ରକାର ଉପାୟ ଅବଲମ୍ବନ କରିଥାଆନ୍ତି ଗ୍ରାହକଙ୍କୁ ନିଜ ପାଖକୁ ଟାଣିବା ପାଇଁ। ମହାରାଷ୍ଟ୍ରର ପୁଣେରେ ଏକ ଅଟୋ ଡ୍ରାଇଭର୍‌ ତ ଏଭଳି ପନ୍ଥା ଆପଣେଇଛନ୍ତି ଯେ, ସାରା ଭାରତରେ ଏବେ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ପ୍ରଚଣ୍ଡ ଖରା ଯୋଗୁ ଲୋକେ ଗଛ ଛାଇ ଟିକେ ଖୋଜନ୍ତି। ତେଣୁ ସେ ନିଜ ଅଟୋକୁ ହିଁ ସବୁଜିମାରେ ଭରି ଦେଇଛନ୍ତି। ଆଉ ତାହା ଏତେ ଆକର୍ଷକ ଲାଗୁଛି ଯେ, ଲୋକେ ଆପେ ଟାଣି ହୋଇ ଚାଲି ଆସୁଛନ୍ତି ତାଙ୍କ ଅଟୋ ନିକଟକୁ। ଯଦିଓ ସେହି ଗଛ ଲତା ଓ ଫୁଲ ବାସ୍ତବିକ ନୁହେଁ ତଥାପି ସେହି କୃତ୍ରିମ ଲତାଫୁଲର ସାଜସଜ୍ଜା ଲୋକଙ୍କୁ ବାଧ୍ୟ କରୁଛି ଘଡିଏ ଅଟକି ଅଟୋକୁ ଦେଖିବାକୁ। ଅଟୋର ଛାତ, ସିଟଠାରୁ ଆରମ୍ଭ କରି ସବୁ ଅଂଶକୁ ସେ କୃତ୍ରିମ ଲତା,ଘାସ ଓ ଫୁଲରେ ସଜାଇଛନ୍ତି। ଆଉ ତାହା ସତସତିକା ଘାସ, ଫୁଲ, ଲତା ପରି ହିଁ ଦେଖାଯାଏ। ଅଟୋ ମାଲିକ ଇବ୍ରାହିମ ଇସ୍ମାଇଲ ତମ୍ବୋଲିଙ୍କ ଏହି ପ୍ରୟାସକୁ ସମସ୍ତେ ବେଶ୍‌ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri