ସବୁଜ ଜୋନ୍‌ ପାଇଁ ସହଯୋଗ କର

ଅନୁଗୋଳ ଅଫିସ, ୯।୫ – ଓଡ଼ିଶାର ଗୋଟିଏ ପରେ ଗୋଟିଏ ଜିଲା କରୋନା ମ୍ୟାପ୍‌ରେ ସାମିଲ ହେଉଥିବା ବେଳେ ଅନୁଗୋଳ ଏବେ ବି ଗ୍ରୀନ୍‌ ଜୋନ୍‌ରେ ରହିଛି। ଆଗାମୀ ଦିନରେ ଏପରି ସ୍ଥିତି ବଜାୟ ରଖିବାକୁ ହେଲେ ଜିଲାବାସୀଙ୍କୁ ଲକ୍‌ଡାଉନ ସହ ଲଗାଯାଇଥିବା ସମସ୍ତ କଟକଣାକୁ ମାନିବାକୁ ପଡ଼ିବ। ସରକାର ଓ ପୋଲିସ ପ୍ରଶାସନକୁ ସହଯୋଗ କଲେ ଅନୁଗୋଳ ଏପରି ସବୁଜ ଜୋନ୍‌ରେ ରହିପାରିବ ବୋଲି ଶୁକ୍ରବାର ପୋଲିସ ପକ୍ଷରୁ ସହରରେ ଫ୍ଲାଗମାର୍ଚ୍ଚ କରାଯିବା ସହ ଲୋକଙ୍କୁ ସଚେତନ କରାଇଛି। ବିଶେଷକରି ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ କର୍ପ୍ୟୁ ସମୟରେ ଘରୁ ନ ବାହାରିବାକୁ ଚେତାଇ ଦିଆଯାଇଛି। ଏହାର ଉଲ୍ଲଂଘନ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ ସାହୁଙ୍କ ସହ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ, ସବ୍‌ଇନ୍ସପେକ୍ଟର ପ୍ରକାଶ ମାଝି, ଅରକ୍ଷିତ ସେଠୀ, ବିପ୍ଳବ ସାହୁ, ସତ୍ୟରଞ୍ଜନ ଲେଙ୍କା, ଯମୁନା ମାରାଣ୍ଡିଙ୍କ ସମେତ ବହୁ ସଂଖ୍ୟାରେ ପୋଲିସ ସକାଳେ ସହରରେ ଫ୍ଲାଗ୍‌ମାର୍ଚ୍ଚ କରିଥିଲେ। ଡାକବାଜି ଯନ୍ତ୍ରରେ ପୋଲିସ ପକ୍ଷରୁ କୁହାଯାଇଥିଲା ଯେ, ଲକ୍‌ଡାଉନ ବଳବତ୍ତର ଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଠାରୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ବା ୧୪୪ ଧାରା ଜାରି କରାଯାଇଛି। ତେଣୁ ଏହି ସମୟରେ ଲୋକମାନେ ଅତ୍ୟାବଶ୍ୟକ କାମ ନ ଥିଲେ ଘରୁ ବାହାରନ୍ତୁ ନାହିଁ। ବାରମ୍ବାର ସଚେତନ କରାଯାଉଥିବାରୁ ଏଣିକି ଯେଉଁମାନେ ଅମାନିଆ ହୋଇ ଘରୁ ପଦାକୁ ଗୋଡ କାଢିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri