ସବୁଜ ସୁନ୍ଦର କୋରାପୁଟ ପାଇଁ ପରିବାର ପିଛା ୨ ଚାରା ବାଣ୍ଟୁଛି ବନ ବିଭାଗ

ସେମିଳିଗୁଡ଼ା,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରଥମ ପଦକ୍ଷେପ ଭାବେ ପ୍ରତି ପରିବାରକୁ ମାଗଣାରେ ୨ଟି ଲେଖାଏଁ ଚାରା ବଣ୍ଟାଯାଉଛି। କୋରାପୁଟ ବନ ବିଭାଗ ସେମିଳିଗୁଡ଼ାରେ ଏଭଳି ଅଭିନବ ଉପାୟରେ ଚାରା ବାଣ୍ଟୁଛି। ସେମିଳିଗୁଡ଼ା ସ୍ଥିତ ଭେଣ୍ଡିଂଜୋନ୍‌ର ଜାତୀୟ ରାଜପଥ ପାର୍ଶ୍ୱରେ ଏକ ତମ୍ବୁ ପକାଇ ଚାରା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଜିଲା ବନ ଅଧିକାରୀ ପି. ପୂର୍ଣ୍ଣିମା। ବନ ମହୋତ୍ସବ ସପ୍ତାହରେ ଦିନକୁ ୨୫ଶହ ଚାରା ବଣ୍ଟାଯିବାର କାର୍ଯ୍ୟକ୍ରମ ରହିଛି। ମହୋତ୍ସବର ୧୦ ଦିନ ଭିତରେ ୩୦ ହଜାର ଚାରା ମାଗଣାରେ ବଣ୍ଟାଯିବା ପାଇଁ ବ୍ୟବସ୍ଥା ହୋଇଥିବା ସେମିଳିଗୁଡ଼ା ବନ ଅଧିକାରୀ ଜଗନ୍ନାଥ ବିଷୋୟୀ କହିଛନ୍ତି। ଚାରା ଭିତରେ ବେଲ, ଅଁଳା, ନିମ, ମହାନିମ, ଆମ୍ବ, କଦମ୍ବ, ଜାମୁ, ବଉଳ ଭଳି ବହୁ ଫଳଗଛର ଚାରା ବଣ୍ଟାଯାଇଥିଲା। ଏହି ଅବସରରେ ଏସିଏଫ୍‌ ଉମା ମହେଶଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷରେ ପାଦ ଥାପିବ ଟାଉନ ଦୁର୍ଗାପୂଜା କମିଟି, ବଂଶଧାରା ନଦୀତଟରେ ପୂଜାର୍ଚ୍ଚନା

ଗୁଡ଼ାରି,୧୯ା୯(ପ୍ରମୋଦ କୁମାର ପତି): ପବିତ୍ର ରାଧାଷ୍ଟମୀ ଅବସରରେ ଶନିବାର ଗୁଡ଼ାରି ଟାଉନ ଦୁର୍ଗାପୂଜା କମିଟି ପକ୍ଷରୁ ଦୁର୍ଗାପୂଜା ନିମନ୍ତେ ମୃତ୍ତିକା ପୂଜା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ବଂଶଧାରା…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?