ସବୁଠାରୁ ଧନୀ ଗଣେଶ

ମୁମ୍ବାଇ,୨।୯: ସମଗ୍ର ଦେଶରେ ସୋମବାର ଗଣେଶ ପୂଜା ପାଳନ କରାଯାଇଛି। ଏନେଇ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ମୁମ୍ବାଇର ବଡ଼ ପର୍ବ ଭାବେ ଜଣାଶୁଣା ଗଣେଶ ପୂଜା ବହୁ ଆଡମ୍ବରରେ ପାଳନ କରାଯାଇଛି। ବାଲଗଙ୍ଗାଧର ତିଲକଙ୍କ ଦ୍ୱାରା ଏହି ପର୍ବର ଆରମ୍ଭ ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ମଣ୍ଡପମାନଙ୍କରେ ସାର୍ବଜନୀନ ଭାବେ ଗଣପତିଙ୍କ ସ୍ଥାପନା କରାଯାଇଛି। ଏଥିମଧ୍ୟରୁ ବଡାଲାର ଜିଏସ୍‌ବି ଗଣପତି ହେଉଛନ୍ତି ନିଆରା। ତାଙ୍କୁ ମୁମ୍ବାଇର ସବୁଠାରୁ ଧନୀ ଗଶେଶ ବୋଲି କୁହାଯାଏ। ଚଳିତ ଥର ଏହି ଗଣେଶଙ୍କ ପ୍ରତିମାରେ ୬୫ କିଲୋଗ୍ରାମର ସୁନା ଓ ୩୫୦ କିଲୋଗ୍ରାମର ରୂପା ଅଳଙ୍କାର ଚଢ଼ାଯାଇଥିବା ଦେଖିବାକୁ ମିଳିଛି। ଏଥିସହ ଚଳିତ ଥର ଏହି ମଣ୍ଡପର ପ୍ରାୟ ୨୬୬କୋଟି ଟଙ୍କାର ବୀମା କରାଯାଇଥିବା ଜଣାପଡ଼ିଛି। ଏଠାରେ ଆଜି ବି ଦକ୍ଷିଣ ଭାରତର ପରମ୍ପରା ଅନୁସାରେ ଗଣପତିଙ୍କର ପୂଜାର୍ଚ୍ଚନା କରାଯାଇଥାଏ। ଏଥିସହ ଏଠାରେ ତୁଳାଦାନର ବି ମହତ୍ତ୍ୱ ରହିଛି। ଯେଉଁ ଭକ୍ତର ମନସ୍କାମନା ପୂରଣ ହୋଇଥାଏ ସେ ନିଜ ଓଜନ ହିସାବରେ ଖାଦ୍ୟଶସ୍ୟ ଯେପରି ଅଟା, ଘିଅ, ଚିନି, ନଡ଼ିଆ ଆଦି ଦାନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?