ସବୁଠାରୁ ମହଙ୍ଗା ଭାରତୀୟ ଅଭିନେତା ତାଲିକାରେ ପ୍ରଭାସ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଅପ୍‌ କମିଂ ଆକ୍ସନ ଫିଲ୍ମ ‘ସାହୋ’ ଅଗଷ୍ଟ ୩୦ରେ ପରଦାକୁ ଆସିବ। ତେଲଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରୁଥିବା ଶ୍ରଦ୍ଧା କପୁର ଏଥିରେ ପ୍ରଭାସଙ୍କ ବିପକ୍ଷରେ ନଜର ଆସିବେ। ସୁଜିତଙ୍କ ନିର୍ଦ୍ଦେଶିତ ଫିଲ୍ମ ସାହୋ ୨୦୧୯ର ସବୁଠାରୁ ବିଗ୍‌ ବଜେଟ୍‌ର ଫିଲ୍ମ ବୋଲି ଚର୍ଚ୍ଚା ହେଉଛି। ଏହି ପାଓ୍ବାର ପ୍ୟାକ୍ଡ ଥ୍ରିଲର ଫିଲ୍ମ ପାଇଁ ପ୍ରଭାସ ଓ ଶ୍ରଦ୍ଧା ମୋଟା ଅଙ୍କର ଅର୍ଥ ନେଇଥିବା ଜଣାପଡ଼ିଛି। ଏହି ଫିଲ୍ମ ପାଇଁ ପ୍ରଭାସ ନେଇଛନ୍ତି ଶହେ କୋଟି ଟଙ୍କା। ଏହାପରେ ରଜନୀକାନ୍ତ, ସଲମାନ ଖାନ ଓ ଶାହରୁଖ ଖାନଙ୍କୁ ପ୍ରଭାସ ପଛରେ ପକାଇଦେଇ ସବୁଠାରୁ ମହଙ୍ଗା ଭାରତୀୟ ଅଭିନେତା ପାଲଟି ଯାଇଛନ୍ତି। ଅନ୍ୟପଟେ ସାହୋର ପ୍ରି-ରିଲିଜ୍‌ ଆୟର ୫୦ ପ୍ରତିଶତ ଅଂଶର ଭାଗୀଦାର ମଧ୍ୟ ପ୍ରଭାସ ହେବେ ବୋଲି କୁହାଯାଉଛି। ସେହିପରି ସାଉଥ୍‌ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରୁଥିବା ଶ୍ରଦ୍ଧା ଏହି ଫିଲ୍ମ ପାଇଁ ୭ କୋଟି ଟଙ୍କା ନେଇଛନ୍ତି। ଏଥି ସହିତ ସେ ମଧ୍ୟ ହାଇଏଷ୍ଟ ପେଡ୍‌ ଭାରତୀୟ ଅଭିନେତ୍ରୀଙ୍କ ତାଲିକାରେ ନିଜର ସ୍ଥାନ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri