କୋଭିଡ ଯୋଦ୍ଧାଙ୍କୁ ସମ୍ମାନ: ସବୁ ଓଡ଼ିଆ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ପାଇଁ ଓଡ଼ିଶା ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଶନିବାର ଅପରାହ୍ନ ୫.୩୦ ମିନିଟରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଛନ୍ତି। ଯିଏ ଯେଉଁଠାରେ ଥିଲେ ସେ ସେହିଠାରେ ଛିଡ଼ା ହୋଇ ଏହି ସଂଗୀତ ଗାନ କରିଛନ୍ତି।

ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି। ସେହିଭଳି ବିଧାନସଭା ସମ୍ମୁଖରେ ବିଧାୟକଙ୍କ ସହ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଲୋକସେବା ଭବନରେ ସହକର୍ମୀଙ୍କ ସହ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ପୋଲିସ ସେବା ଭବନରେ ସହକର୍ମୀଙ୍କ ସହ କମିଶନର ସୁଧାଶୁଂ ଷଡ଼ଙ୍ଗୀ, କଂଗ୍ରେସ ଭବନରେ ସାଥୀ ନେତାଙ୍କ ସହ ସଭାପତି ନିରଞ୍ଜନ ପଟ୍ଟନାୟକ, ଭାଜପା କାର୍ଯ୍ୟାଳୟରେ ସହକର୍ମୀଙ୍କ ସହ ସଭାପତି ସମୀର ମହାନ୍ତି, କଟକ ପୋଲିସ ମୁଖ୍ୟାଳୟ, କ୍ରାଇମ୍‌ବ୍ରାଞ୍ଚ ମୁଖ୍ୟାଳୟ, ଶ୍ରୀମନ୍ଦିର ସମ୍ମୁଖରେ ସମସ୍ତେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାଇଛନ୍ତି। କଳିଙ୍ଗ ଷ୍ଟାଡିୟମରେ କ୍ରିଡାବିତ୍‌ମାନେ ମଧ୍ୟ କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଛନ୍ତି।

ପ୍ରକାଶ ଯେ, କରୋନା ସଂକ୍ରମଣକୁ ରୋକିବାକୁ ଦିନ ରାତି ଏକ କରି ସେବା ଯୋଗାଇ ଆସୁଛନ୍ତି କୋଭିଡ ଯୋଦ୍ଧାମାନେ। ସେମାନଙ୍କ ମହତ୍‌ କାର୍ଯ୍ୟକୁ ଉତ୍ସାହିତ କରିବା ଲାଗି ସଂନ୍ଧ୍ୟା ସାଢ଼େ ୫ଟା ସମୟରେ ଦେଶ ବିଦେଶର ସବୁ ଓଡ଼ିଆଭଉଣୀଭାଇଙ୍କୁ ‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ବିଶ୍ୱର ଯେ କୌଣସି କୋଣରେ ଓଡ଼ିଆ ଥିଲେ ମଧ୍ୟ ଠିଆ ହୋଇ ଏହାକୁ ଗାଇବାକୁ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri