ସବୁ ଗାଁକୁ ମିଳିବ ଗ୍ରାମ ନେଟ୍‌ ଓ୍ବାଇଫାଇ ସଂଯୋଗ

ନୂଆଦିଲ୍ଲୀ, ୨୭-୮: ଦେଶର ସବୁ ଗ୍ରାମକୁ ଗ୍ରାମ ନେଟ୍‌ ମାଧ୍ୟମରେ ୧୦ରୁ ୧୦୦ ଏମ୍‌ବିପିଏସ୍‌ ଗତିରେ ଓ୍ବାଇଫାଇ ସୁବିଧା ଯୋଗାଇ ଦିଆଯିବ। ସି-ଡଟର ୩୬ତମ ପ୍ରତିଷ୍ଠା ଦିବସ ଅବସରରେ କେନ୍ଦ୍ର ଯୋଗାଯୋଗ ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ରାମରାଓ ଧୋତ୍ରେ ଏହି ସୂଚନା ଦେଇଛନ୍ତି। ଏହା ବାଦ ଭାରତ ନେଟରେ ମଧ୍ୟ ୧ ଜିବିପିଏସ୍‌ ସଂଯୋଗ ପ୍ରଦାନ କରାଯିବା ନେଇ ଯୋଜନା କରାଯାଉଥିବା ଧୋତ୍ରେ ପ୍ରକାଶ କରିଛନ୍ତି। ଏହାକୁ ୧୦ ଜିବିପିଏସ୍‌ ପର୍ଯ୍ୟନ୍ତ ବଢାଯାଇ ପାରିବ। ସୋମବାର ଶୁଭାରମ୍ଭ ହୋଇଥିବା ସି-ଡଟର ଏକ୍ସଜିଏସ୍‌-ପିଓଏନ୍‌ ଏହାକୁ ସଫଳ କରିବା ଦିଗରେ ସମ୍ପୂର୍ଣ୍ଣ ସହାୟକ ହେବ। ଗ୍ରାମକୁ ଆତ୍ମନିର୍ଭରଶୀଳ କରାଇବା ଦିଗରେ ମହାତ୍ମାଗାନ୍ଧୀଙ୍କ ସ୍ବପ୍ନ ପୂରଣ କରିବାରେ ଏହା ଯୋଗଦାନ ରଖିବ ବୋଲି ସେ ମତ ଦେଇଛନ୍ତି। ସେ ଆାହୁରୀ ମଧ୍ୟ କହିଛନ୍ତି ଯେ, ସି-ଡଟର ସି-ସ୍ୟାଟ ଫାଇ ପ୍ରଯୁକ୍ତି ଗ୍ରାମୀଣ ଏବଂ ଦେଶର ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଶସକ୍ତ କରିବ। ଦେଶର କୋଣ ଅନୁକୋଣରେ ମୋବାଇଲ ଫୋନରେ ଓ୍ବାଇଫାଇ ସୁବିଧା ଉପଲବ୍ଧ ହେବ। ନୂତନ ବୈଷୟିକ ଜ୍ଞାନକୌଶଳରେ ଫାଇବର ସଂଯୋଗ ଏବଂ ଇଣ୍ଟରନେଟ ନ ଥିବା ଦୁର୍ଗମ ଅଞ୍ଚଳରେ ଲୋକମାନଙ୍କୁ ଉପଗ୍ରହ ସହ ସଂଯୋଗ କରାଯାଇ ମୂଖ୍ୟ ସ୍ରୋତକୁ ଆଣାଯାଇ ପାରିବ। ଏହି ଅବସରରେ ସି-ସ୍ୟାଟ ଫାଇ ଏବଂ ସିଆଇଏସ୍‌ଟିବିର ଲୋକାର୍ପଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri