Posted inଜାତୀୟ

ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ: ମୋଦି

ନୂଆଦିଲ୍ଲୀ,୩୧-୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଥିବାବେଳେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୦-୨୧ ବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। ବଜେଟ ଉପସ୍ଥାପନର ଦିନକ ପୂର୍ବରୁ ଅର୍ଥାତ୍‌ ୩୧ ତାରିଖରେ ସରକାର ଚଳିତବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିବେ। ଏହା ଉପରେ ସମସ୍ତଙ୍କର ନଜର ରହିବ। କାରଣ ଅର୍ଥନୈତିକ ସର୍ଭେ ରିପୋର୍ଟ ହେଉଛି ବର୍ଷର ଆର୍ଥତ୍କ ପ୍ରଦର୍ଶନର ସବିଶେଷ ତଥ୍ୟ। ବଜେଟ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ସରକାରଙ୍କ ପକ୍ଷରୁ ଗୁରୁବାର ସର୍ବଦଳୀୟ ବୈଠକ ଡକାଯାଇଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜନୈତିକ ଦଳଗୁଡ଼ିକର ସହଯୋଗ ଲୋଡ଼ିଥିଲେ। ସରକାର ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଅଧିବେଶନରେ ଆର୍ଥତ୍କ ପ୍ରସଙ୍ଗ ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯିବା ସହ ସାମ୍ପ୍ରତିକ ଅନ୍ତର୍ଜାତୀୟ ସ୍ଥିତିରୁ ଭାରତ କିପରି ଲାଭ ଉଠାଇବ, ତାହା ଉପରେ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀ କହିଥିବା ବୈଠକ ଶେଷରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଖବରଦାତାମାନଙ୍କୁ ସୂଚନା ଦେଇଛନ୍ତି। ସର୍ବଦଳୀୟ ବୈଠକରେ ୨୬ଟି ଦଳର ନେତା ଯୋଗ ଦେଇଥିଲେ।
ବିରୋଧୀ ଦଳଗୁଡ଼ିକ ସିଏଏ ବିରୋଧୀ ଆନ୍ଦୋଳନ ସମେତ ଦେଶରେ ଦେଖାଦେଇଥିବା ଆର୍ଥତ୍କ ମାନ୍ଦାବସ୍ଥା, ବେରୋଜଗାରି ବୃଦ୍ଧି ଆଦି ପ୍ରସଙ୍ଗ ଉଠାଇଥିଲେ। ସରକାର ବିକ୍ଷୋଭକାରୀଙ୍କ ପାଖରେ ନ ପହଞ୍ଚତ୍ବା ଅହଂକାର ବୋଲି ସେମାନେ ଅଭିଯୋଗ କରିଥିଲେ। ଜମ୍ମୁ-କଶ୍ମୀରରେ ଅଟକ ଥିବା ରାଜନେତାମାନଙ୍କୁ ତୁରନ୍ତ ମୁକ୍ତ କରିଦେବାକୁ ସେମାନେ ଦାବି କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ତୁ୍‌ରନ୍ତ ମୁକ୍ତ କରାଗଲେ ସେ ଶୁକ୍ରବାରଠାରୁ ପାର୍ଲାମେଣ୍ଟ ଅଧିବେଶନରେ ସାମିଲ ହୋଇପାରିବେ ବୋଲି କଂଗ୍ରେସ ନେତା ଗୁଲାମ ନବୀ ଆଜାଦ କହିଥିଲେ। ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ବେଳେ କେତେଜଣ ଭାଜପା ନେତା ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟ ଦେଉଥିବା ନେଇ କଂଗ୍ରେସ ନେତା ଆନନ୍ଦ ଶର୍ମା ଅଭିଯୋଗ କରିଥିଲେ। ପ୍ରଧାନମନ୍ତ୍ରୀ ଏଥିରେ ହସ୍ତକ୍ଷେପ କରିବାକୁ ସେ ଦାବି କରିଥିଲେ। ନାଗରିକ ବିଶେଷ କରି ସଂଖ୍ୟାଲଘୁଙ୍କୁ ଆଘାତ ଦେଉଥିବା ଆଇନ ସରକାର ଗୃହୀତ କରାଇବା ଉଚିତ ନୁହେଁ ବୋଲି ଅକାଳୀ ଦଳ ନେତା ସର୍ଦ୍ଦାର ବଲଓ୍ବିନ୍ଦର ସିଂ ବୁନ୍ଦର କହିଥିଲେ। ଅଧିକାଂଶ ନେତା ଆର୍ଥିକ ସ୍ଥିତି ସମ୍ପର୍କରେ ଗୃହରେ ଆଲୋଚନା ପାଇଁ ପ୍ରସ୍ତାବ ଦେଇଥିଲେ। ବିରୋଧୀ ଦଳ ନେତାମାନଙ୍କ ବିଭିନ୍ନ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ସ୍ବାଗତ କରିଥିଲେ। ବଜେଟ ଅଧିବେଶନ ଏବଂ ନୂଆବର୍ଷ ଆରମ୍ଭରେ ଦେଶର ଅର୍ଥନୀତିକୁ ଆମେ ଯଦି ଉପଯୁକ୍ତ ଦିଶାନିର୍ଦ୍ଦେଶ ଦେଇପାରିବା ତାହା ଦେଶର ସ୍ବାର୍ଥ ପାଇଁ ବହୁତ ଭଲ ହେବ ବୋଲି ସେ କହିଥିଲେ। ଏହା ବ୍ୟତୀତ ଅନ୍ୟ ସବୁ ପ୍ରସଙ୍ଗରେ ଖୋଲା ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ମୋଦି କହିଥିଲେ। ବଜେଟ ଉପସ୍ଥାପନ ପରେ ଶନିବାର ବିରୋଧୀ ଦଳଗୁଡ଼ିକର ବୈଠକ ବସି ଅଧିବେଶନରେ ମିଳିତ ରଣନୀତି ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?